ମୋରଡ଼ା ପଞ୍ଚାୟତ ସମିତି ଅଧିବେଶନରେ ତୁମ୍ବିତୋଫାନ

ମୋରଡ଼ା,୬ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ଅଧିବେଶନ  ଚିତ୍ରଡ଼ାସ୍ଥିତ ବ୍ଲକ କାର୍ଯ୍ୟାଳୟର କନ୍‌ଫରେନ୍ସ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଧିବେଶନରେ ବ୍ଲକ ଅଧ୍ୟକ୍ଷ ପୀତନାଥ ସୋରେନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମୋରଡା ବିଧାୟକ ରାଜିକିଶୋର ଦାସ ଯୋଗଦେଇଥିଲେ। ବିଡିଓ ଅଣାକାର ନାଏକ, ଜିଲାପରିଷଦ ସଭ୍ୟ ଅଭିରାମ ଭୋଇ, ସଭ୍ୟା ମିନାକ୍ଷୀ ସୋରେନ, ଝରଣା ମୁର୍ମୁ,ଏଇଇ ମୋତିଲାଲ ତୁଙ୍ଗ, ଏମ୍‌ପି ପ୍ରତିନିଧି, ଜିପିଓ ରୂପେଶ ମାଝିଙ୍କ ସମେତ ସମସ୍ତ ସରକାରୀ ଅଧିକାରୀ, ସରପଞ୍ଚ, ସମିତି ସଭ୍ୟ ଉପସ୍ଥିତ ଥିଲେ।

ସ୍ବାସ୍ଥ୍ୟ ବିଭାଗ ତରଫରୁ ଗୋଷ୍ଠୀକେନ୍ଦ୍ର ଅଧିକାରୀ ହାମ୍ବିରା ମୁର୍ମୁ ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ତ ବିବରିଣୀ ଉପସ୍ଥାପନା କରିଥିଲେ। ବ୍ଲକର ମୋଟ୍‌ ୭୬୦୦ ଜଣ ପିଲାଙ୍କୁ ପୋଲିଓ ବୁନ୍ଦା ଦିଆଯାଇଥିବା ବେଳେ ଯକ୍ଷ୍ମା, କୁଷ୍ଠ ରୋଗର ନିରାକରଣ ପାଇଁ କାର୍ଯ୍ୟକ୍ରମ ଚାଲୁରହିଛି ବୋଲି ସୂଚନା ଦେଇଥିଲେ। ଏହାପରେ ପରେ ଶିଶୁ ବିକାଶ, ଉଦ୍ୟାନ କୃଷି ବିଭାଗ,ଶିକ୍ଷା ବିଭାଗ,ମତ୍ସ୍ୟ ବିଭାଗ ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନେ ବିଭିନ୍ନ ଯୋଜନା ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ।
ତେବେ କାର୍ଯ୍ୟକ୍ରମ ଆରମ୍ଭ ହେବାର ମାତ୍ର କିଛି ମିନିଟ୍‌ ପରେ ବିଧାୟକ କାର୍ଯ୍ୟବ୍ୟସ୍ତତା ହେତୁ ଚାଲିଯାଇଥିଲେ। ବିଧାୟକ ଉପସ୍ଥିତ ଥିବା ସମୟରେ ସରପଞ୍ଚମାନେ ହଲ୍‌କୁ ପ୍ରବେଶ କରି ନ ଥିଲେ କିନ୍ତୁ ଗଲା ପରେ ହଲ୍‌କୁ ପ୍ରବେଶ କରିବା ଆଲୋଚନାର ବିଷୟ ହୋଇଛି। ଅଧିବେଶନରେ ସବୁଠୁ ଆଶ୍ଚର୍ଯ୍ୟକର ଘଟଣା ଜାଣିବାକୁ ମିଳିଥିଲା ଯେ, କିଛି ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟର ଫାଇଲ୍‌ ହଜି ଯାଇଛି, ଯାହା ପ୍ରଶାସନର କାର୍ଯ୍ୟ ଦକ୍ଷତା ଆଡକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ଏବଂ ଉକ୍ତ ଅଧିବେଶନରେ ବିଡିଓ ଅଣାକର ନାଏକ ପରିଚାଳନା କରୁଥିଲେ ମଧ୍ୟ ଏଇଇ ମୋତିଲାଲ ତୁଙ୍ଗ ବିଡିଓଙ୍କ କାର୍ଯ୍ୟ କରୁଥିବାର ସାଧାରଣରେ ଆଲୋଚନା ହେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri