ମଞ୍ଜୁରୀ ମୌଜାରୁ ମୋରମ ଉତ୍ତୋଳନ ପ୍ରସଙ୍ଗ: ହାଇକୋର୍ଟରେ ମାମଲା, ସତ୍ୟପାଠ ଦାଖଲ ନିର୍ଦ୍ଦେଶ

ଯାଜପୁର ରୋଡ୍‌,୨୧।୮ (ଡି.ଏନ୍‌.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ମଞ୍ଜୁରୀ ମୌଜାର ଏକ ଜଙ୍ଗଲ କିସମ ଜମିରେ ପୋଖରୀ ଖନନ କରିବାକୁ ପ୍ରଥମେ ଅନୁମତି ଦେବା ଓ ପରେ ବାତିଲ କରିବା ଘଟଣାକୁ ନେଇ ଜଙ୍ଗଲ ଓ ରାଜସ୍ବ ବିଭାଗର ସମ୍ପୃକ୍ତ ଅଧିକାରୀମାନେ ହରଡ଼ଘଣାରେ ପଡିଛନ୍ତି। ଏହି ମର୍ମରେ ଅଭିଯୋଗକାରୀ ଏକନ ପାତ୍ରଙ୍କ ଅବେଦନକୁ ଭିତ୍ତିକରି, ହାଇକୋର୍ଟରେ ଡବ୍ଲ୍ୟୁପି(ସି) ୧୮୦୩୫/୨୦୨୦ରେ ଏକ ମାମଲା ରୁଜୁ ହେବା ସହିତ ରାଜସ୍ବ ବିଭାଗ ସଚିବ, ଯାଜପୁର ଜିଲାପାଳ, କଟକ ଜଙ୍ଗଲ ଡିଭିଜନ ଡିଏଫ୍‌ଓ, ବ୍ୟାସନଗର ତହସିଲଦାର ଓ ପଛିକୋଟ ରାଜସ୍ବ ନିରୀକ୍ଷକଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆସନ୍ତା ୪।୯।୨୦୨୦ ତାରିଖ ସୁଦ୍ଧା ଉପରୋକ୍ତ ମାମଲା ଉପରେ କାଉଣ୍ଟର ସତ୍ୟପାଠ ଦାଖଲ କରିବାକୁ ଅତିରିକ୍ତ ସରକାରୀ ଓକିଲ ନିବେଦନ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ବ୍ୟାସନଗର ତହସିଲ ଅଧୀନ ମଞ୍ଜୁରୀ ମୌଜା ଖାତା ନମ୍ବର ୨୦ ଓ ପ୍ଲଟ ନମ୍ବର ୧୫୧ ସାରଦ-୩ କିସମ ୧ ଏକର ପରିମିତ ଜମିରୁ ବ୍ୟାସନଗର ତହସିଲଦାର ତାଙ୍କ ପତ୍ରସଂଖ୍ୟା ୪୩୫୦/୯।୭।୨୦୨୦ରେ ଏକନ ପାତ୍ରଙ୍କୁ ଅଙ୍କିତା କନଷ୍ଟ୍ରକ୍ସନ ଦ୍ୱାରା ମୋରମ ଉତ୍ତୋଳନ କରିବାକୁ ଅନୁମତି ଦେଇଥିଲେ। ସେହି ଜମିରେ ପୋଖରୀ ଖନନ କରି ମାଛଚାଷ କରିବା ଉଦ୍ଦେଶ୍ୟରେ ଏହି ଅନୁମତି ମିଳିଥିଲା। ଧାମରା ବନ୍ଦର ଓ ଯାଜପୁର କୋୟାଁଗୋଲାର ସରକାରୀ କାର୍ଯ୍ୟରେ ଉକ୍ତ ଖନନରୁ ବାହାରିଥିବା ମୋରମ ବ୍ୟବହୃତ କରିବାକୁ ଅନୁମତି ପତ୍ରରେ ଦର୍ଶାଯାଇଥିଲା। ହେଲେ ବ୍ୟାସନଗର ତହସିଲଦାର, ଯାଜପୁର ରୋଡ୍‌ ରେଞ୍ଜରଙ୍କ ସହଯୋଗରେ ଜଙ୍ଗଲ ଜମିରୁ ମୋରମ ବେଆଇନ ଭାବେ ଉତ୍ତୋଳନ ହେଉଥିବା ନେଇ ଗତ ୧୩ ତାରିଖରେ ପଛିକୋଟ ଗ୍ରାମବାସୀ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ। ଏହି କ୍ରମରେ ଜଙ୍ଗଲ ଓ ପରିବେଶ ବିଭାଗର ଅନୁ ସଚିବ ତ୍ରିଲୋଚନ କିଶାନ ତାଙ୍କ ପତ୍ର ସଂଖ୍ୟା ୧୧୧୧୩/୧୫।୭।୨୦୨୦ରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଜଙ୍ଗଲ ବିଭାଗ ପ୍ରିନ୍ସିପାଲ କନଜରଭେଟରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ କଟକ ଫରେଷ୍ଟ ଡିଭିଜନର ଡିଭିଜନାଲ ଫରେଷ୍ଟ ଅଫିସର(ଡିଏଫ୍‌ଓ) ତାଙ୍କ ପତ୍ରସଂଖ୍ୟା ୭୧୦୧/୧୭।୭।୨୦୨୦ରେ ଯାଜପୁର ରୋଡ୍‌ ରେଞ୍ଜରଙ୍କୁ ଅଭିଯୋଗ ହୋଇଥିବା ଜମି ସଂକ୍ରାନ୍ତରେ ତଦନ୍ତ କରି ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ଜମି ଜଙ୍ଗଲ କିସମ ହୋଇଥିବାରୁ ବ୍ୟାସନଗର ତହସିଲଦାର ତାଙ୍କ ପତ୍ର ସଂଖ୍ୟା ୪୬୫୩/୨୨।୭।୨୦୨୦ରେ ପୋଖରୀ ଖନନ ନିର୍ଦ୍ଦେଶକୁ ବାତିଲ କରିଥିଲେ। ଏହାସହ ମୋରମ ଉତ୍ତୋଳନ ବାବଦକୁ ଏକନ ପାତ୍ରଙ୍କୁ ୨୮।୭।୨୦୨୦ ତାରିଖରେ ତହସିଲଦାର ପତ୍ର ସଂଖ୍ୟା ୮୦/୨୦୨୦-୨୧ରେ ୨,୭୯,୮୬୦ ଟଙ୍କାର ଡିମାଣ୍ଡ ନୋଟିସ୍‌ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଏକନ ଆଇନର ଆଶ୍ରୟ ନେଇଛନ୍ତି। ଏ ସଂକ୍ରାନ୍ତରେ ମତାମତ ନେବାକୁ ବ୍ୟାସନଗର ତହସିଲଦାରଙ୍କ ଯୋଗାଯୋଗ କରାଯାଇଥିଲେ ବି ତାହା ସମ୍ଭବ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri