କାଜୁ ଜଙ୍ଗଲରୁ ମୋରମ ଚାଲାଣ

କଳିଙ୍ଗନଗର,୧୮ା୧୦(ଡି.ଏନ.ଏ.): ଯାଜପୁର ଜିଲା ଦାନଗଦି ତହସିଲ ମାନତୀରା ରାଜସ୍ବ ସର୍କଲ ଅଞ୍ଚଳର ଏକ କାଜୁ ଜଙ୍ଗଲରୁ ଗତ ଏକ ସପ୍ତାହ ଧରି ମୋରମ ଚାଲାଣ ଜାରି ରହିଛି। ଏକ ଗୋଷ୍ଠି ପ୍ରଶାସନକୁ କରାୟତ କରି ଲୁଟ ଚଳାଇ ଥିବା ବେଳେ ସ୍ଥାନୀୟ ପୋଲିସ ମଧ୍ୟ ସେମାନଙ୍କ ରକ୍ଷାକବଚ ସାଜିଥିବା ଅଭିଯୋଗ ହେଉଛି। ପଙ୍କପାଳ ପଞ୍ଚାୟତ ଜଟରାପାଳ ନିକଟ କାଜୁ ଜଙ୍ଗଲକୁ ଜେସିବି ମେଶିନରେ ଖୋଳି ସ୍ଥାନୀୟ କେତେଜଣ ବ୍ୟକ୍ତି ରାତିରେ ମୋରମ ଚାଲାଣ କରୁଛନ୍ତି। ବିଳମ୍ବିତ ରାତିରେ ୩୦ରୁ ଅଧିକ ହାଇୱା ଗାଡ଼ିରେ ରାଜପଥ କାମ କରୁଥିବା ଏକ ଠିକାସଂସ୍ଥା ଓ ଧାମରା ଅଞ୍ଚଳକୁ ଏହି ମୋରମ ଚାଲାଣ ହେଉଛି। ଗତ ସପ୍ତାହକ ମଧ୍ୟରେ ୫୦୦ରୁ ଅଧିକ ଟ୍ରିପ ମୋରମ ଚାଲାଣ ହୋଇଛି। ଛୁଟି ଦିନ ଆଳରେ ଏହି ବେଆଇନ କାମକୁ ପ୍ରଶାସନ ପକ୍ଷରୁ ପ୍ରଶୟ ଦିଆଯାଇଛି। ସ୍ଥାନୀୟ ଯଖପୁରା ପୋଲିସକୁ ଏହି ବେଆଇନ କାରବାର ସମ୍ପର୍କରେ ସୂଚନା ଦିଆଯାଇଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ବୋଲି ଅଭିଯୋଗ ହୋଇଛି। ମୋରମ ଲୁଟ ଫଳରେ ସରକାରଙ୍କ ଲକ୍ଷାଧିକ ଟଙ୍କାର ରାଜସ୍ବ କ୍ଷତି ହୋଇଛି। ଅନ୍ୟପକ୍ଷେ ଯୋଜନାବଦ୍ଧ ଭାବେ ଚାଲିଥିବା ଏହି ବେଆଇନ କାରବାର ପଛରେ ଏକ ରାଜନୈତିକ ଦଳର କର୍ମୀମାନେ ସମ୍ପୃକ୍ତ ଥିବା ଜଣାପଡ଼ିଛି। ରାଜସ୍ବ ବିଭାଗର କେତେଜଣ ଅସାଧୁ କର୍ମଚାରୀଙ୍କୁ ତୁଷ୍ଟିକରଣ ମାଧ୍ୟମରେ ଏହି କାରବାର ଚାଲିଛି। ଜିଲା ପ୍ରଶାସନ ଏହା ଉପରେ ଅଙ୍କୁଶ ଲଗାଇବା ସହିତ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri