କାଜୁ ଜଙ୍ଗଲରୁ ମୋରମ ଚାଲାଣ

କଳିଙ୍ଗନଗର,୧୮ା୧୦(ଡି.ଏନ.ଏ.): ଯାଜପୁର ଜିଲା ଦାନଗଦି ତହସିଲ ମାନତୀରା ରାଜସ୍ବ ସର୍କଲ ଅଞ୍ଚଳର ଏକ କାଜୁ ଜଙ୍ଗଲରୁ ଗତ ଏକ ସପ୍ତାହ ଧରି ମୋରମ ଚାଲାଣ ଜାରି ରହିଛି। ଏକ ଗୋଷ୍ଠି ପ୍ରଶାସନକୁ କରାୟତ କରି ଲୁଟ ଚଳାଇ ଥିବା ବେଳେ ସ୍ଥାନୀୟ ପୋଲିସ ମଧ୍ୟ ସେମାନଙ୍କ ରକ୍ଷାକବଚ ସାଜିଥିବା ଅଭିଯୋଗ ହେଉଛି। ପଙ୍କପାଳ ପଞ୍ଚାୟତ ଜଟରାପାଳ ନିକଟ କାଜୁ ଜଙ୍ଗଲକୁ ଜେସିବି ମେଶିନରେ ଖୋଳି ସ୍ଥାନୀୟ କେତେଜଣ ବ୍ୟକ୍ତି ରାତିରେ ମୋରମ ଚାଲାଣ କରୁଛନ୍ତି। ବିଳମ୍ବିତ ରାତିରେ ୩୦ରୁ ଅଧିକ ହାଇୱା ଗାଡ଼ିରେ ରାଜପଥ କାମ କରୁଥିବା ଏକ ଠିକାସଂସ୍ଥା ଓ ଧାମରା ଅଞ୍ଚଳକୁ ଏହି ମୋରମ ଚାଲାଣ ହେଉଛି। ଗତ ସପ୍ତାହକ ମଧ୍ୟରେ ୫୦୦ରୁ ଅଧିକ ଟ୍ରିପ ମୋରମ ଚାଲାଣ ହୋଇଛି। ଛୁଟି ଦିନ ଆଳରେ ଏହି ବେଆଇନ କାମକୁ ପ୍ରଶାସନ ପକ୍ଷରୁ ପ୍ରଶୟ ଦିଆଯାଇଛି। ସ୍ଥାନୀୟ ଯଖପୁରା ପୋଲିସକୁ ଏହି ବେଆଇନ କାରବାର ସମ୍ପର୍କରେ ସୂଚନା ଦିଆଯାଇଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ବୋଲି ଅଭିଯୋଗ ହୋଇଛି। ମୋରମ ଲୁଟ ଫଳରେ ସରକାରଙ୍କ ଲକ୍ଷାଧିକ ଟଙ୍କାର ରାଜସ୍ବ କ୍ଷତି ହୋଇଛି। ଅନ୍ୟପକ୍ଷେ ଯୋଜନାବଦ୍ଧ ଭାବେ ଚାଲିଥିବା ଏହି ବେଆଇନ କାରବାର ପଛରେ ଏକ ରାଜନୈତିକ ଦଳର କର୍ମୀମାନେ ସମ୍ପୃକ୍ତ ଥିବା ଜଣାପଡ଼ିଛି। ରାଜସ୍ବ ବିଭାଗର କେତେଜଣ ଅସାଧୁ କର୍ମଚାରୀଙ୍କୁ ତୁଷ୍ଟିକରଣ ମାଧ୍ୟମରେ ଏହି କାରବାର ଚାଲିଛି। ଜିଲା ପ୍ରଶାସନ ଏହା ଉପରେ ଅଙ୍କୁଶ ଲଗାଇବା ସହିତ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri