ମୋରମ,ମାଟି ଚାଲାଣକାରୀ ସକ୍ରିୟ

ମୋରଡ଼ା,୧୦ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ ବେଆଇନ ମାଟି ଓ଼ ମୋରମ ଚାଲାଣକାରୀ ସକ୍ରିୟ ହୋଇ ପଡ଼ିଛନ୍ତି। ସଂରକ୍ଷିତ ଜଙ୍ଗଲରୁ ମାଟି ଓ଼ ମୋରମ ଚାଲାଣ କରୁଛନ୍ତି। ଏନେଇ ପ୍ରଶାସନ ଚୁପ୍‌ ବସିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ତେବେ ବିଳମ୍ବରେ ହେଉପଛେ ଗୁୁରୁବାର ବନ ବିଭାଗ ଚଢ଼ାଉ କରି ୧୧ଟି ମାଟି ବୋଝେଇ ଡମ୍ଫରକୁ ଜବତ କରିବା ସହିତ ସମସ୍ତ ଡ୍ରାଇଭରଙ୍କୁ ଗିରଫ କରିଛି।
ଅନୁଯାୟୀ, ମୋରଡ଼ା ବ୍ଲକ ଅଧୀନ ବାଙ୍କବଣ ସଂରକ୍ଷିତ ଜଙ୍ଗଲରେ ଥିବା ଗଛକୁ କାଟି ଚାଲାଣକାରୀମାନେ ରାସ୍ତା ତିଆରି କରି ବର୍ଷ ତମାମ ମାଟି ଓ଼ ମୋରମ ଚାଲାଣ କରୁଥିବା ଅଭିଯୋଗ ହୋଇ ଆସୁଥିଲା। ଗୁରୁବାର ଉକ୍ତ ଜଙ୍ଗଲରୁ ଜେସିବି ସାହାଯ୍ୟରେ ମାଟି ଖୋଳି ପଡ଼ୋଶୀ ବାଲେଶ୍ୱର ଓ଼ ପଶ୍ଚିମବଙ୍ଗକୁ ଡମ୍ଫର ସହାୟତାରେ ଚାଲାଣ ହେଉଥିବା ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ। ରେଞ୍ଜର ଘନଶ୍ୟାମ ସିଂ, ଫରେଷ୍ଟର ଅଶୋକ ମାଝି, ଫରେଷ୍ଟ ଗାର୍ଡ ଚିତ୍ତରଞ୍ଜନ ଜେନା ଘଟଣାସ୍ଥଳରେ ପହଞ୍ଚି ମୋଟ ୧୧ ଡମ୍ଫରକୁ ଜବତ କରି ମୋରଡାସ୍ଥିତ ବନ ବିଭାଗ କାର୍ଯ୍ୟାଳୟକୁ ଆଣିଥିଲେ। ଜବତ ଡମ୍ଫରଗୁଡ଼ିକର ସମସ୍ତ ଡ୍ରାଇଭରଙ୍କୁ ମଧ୍ୟ ଗିରଫ କରାଯାଇଥିବା ରେଞ୍ଜର ସିଂ ସୂଚନା ଦେଇଛନ୍ତି। ଏବବାଦରେ ମାଇନିଂ ଅଫିସର ଉଦୟଭାନୁ ସାହୁଙ୍କୁ ପଚାରିବାରୁ ଘଟଣାସ୍ଥଳରେ ସେ ମଧ୍ୟ ପହଞ୍ଚତ୍ ଥିଲେ ଓ ପୂର୍ବରୁ ମାଇନିଂ ବିଭାଗ ପକ୍ଷରୁ ଅନେକ ଥର ଚଢ଼ାଉ କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri