Posted inଜାତୀୟ

ମୋର୍ବି ଝୁଲାପୋଲ ଦୁର୍ଘଟଣା ମାମଲା: ଓରେଭା କମ୍ପାନୀ ଏମଡିଙ୍କର ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଖାରଜ…

ଅହମଦାବାଦ,୭।୩ : ଗୁଜୁରାଟର ମୋର୍ବି ଝୁଲାପୋଲ ଦୁର୍ଘଟଣା ମାମଲାରେ ଓରେଭା କମ୍ପାନୀର ଏମଡି ଜୟସୁଖଭାଇ ପଟେଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ଜିଲ ଓ ସେସନ୍ସ କୋର୍ଟ ଖାରଜ କରିଛନ୍ତି। ଏହାପୂର୍ବରୁ ଓରେଭା କମ୍ପାନୀର ପ୍ରମୋଟର ଜୟସୁଖ ପଟେଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ସରକାର ବିରୋଧ କରିଥିଲେ।

ଏହି ଦୁର୍ଘଟଣାରେ ମୃତ ତଥା ୫୬ ଆହତଙ୍କ ପରିବାରକୁ କ୍ଷତିପୂରଣ ଦେବା ପାଇଁ ଜୟସୁଖ ପଟେଲ ୧୫ ରୁ ୨୦ ଦିନ ପର୍ଯ୍ୟନ୍ତ ଜାମିନ ମାଗିଥିଲେ। ତେବେ ଔପଚାରିକତା ପୂରଣ କରିବା ପାଇଁ ତାଙ୍କ ଉପସ୍ଥିତି ଆବଶ୍ୟକ ନୁହେଁ ବୋଲି ସରକାର ଏହି ଆବେଦନକୁ ବିରୋଧ କରିଛନ୍ତି।

ଫେବୃଆରୀ ୨୨ ରେ, ଗୁଜୁରାଟ ହାଇକୋର୍ଟ ଓରେଭା କମ୍ପାନୀକୁ ଏହି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଏବଂ ଚାରି ସପ୍ତାହ ମଧ୍ୟରେ ଆହତମାନଙ୍କୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ମାର୍ଚ୍ଚ ୪ ରେ ଏହି ମାମଲାର ଶୁଣାଣି ପରେ ଜିଲା ତଥା ସେସନ୍ସ ଜଜ ପିସି ଜୋଶୀଙ୍କ କୋର୍ଟ ମାର୍ଚ୍ଚ ୭ ପାଇଁ ପଟେଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଉପରେ ରାୟ ସଂରକ୍ଷିତ ରଖିଥିଲେ।

ମୋର୍ବି ପୋଲିସ ଦୁର୍ଘଟଣାରେ ପୋଲିସ ଜୟସୁଖ ପଟେଲଙ୍କ ସହ ୧୦ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସମସ୍ତ ଅଭିଯୁକ୍ତ ଜେଲରେ ଅଛନ୍ତି। ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଦ୍ୱାରା ଦାଖଲ ହୋଇଥିବା ଚାର୍ଜଶିଟରେ ପଟେଲଙ୍କୁ ଅଭିଯୁକ୍ତ କରାଯାଇଛି। ଏହି ଦୁର୍ଘଟଣାରେ ୧୩୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଏହାର ପ୍ରାଥମିକ ଅନୁସନ୍ଧାନରେ ଏସଆଇଟି ଜାଣିବାକୁ ପାଇଛି ଯେ ଝୁଲାପୋଲର ଅଧାରୁ ଅଧିକ କେବୁଲ ତାରଗୁଡ଼ିକ କଳଙ୍କିତ ହୋଇଥିଲା ଏବଂ ଏଥିରେ ପୁରୁଣା ସସପେଣ୍ଡରଗୁଡ଼ିକ ଲଗାଯାଇଥିଲା। ଯେଉଁଥିପାଇଁ ପୋଲ ଭାର ସହି ନ ପାରି ଭୁଶୁଡି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri