Posted inଜାତୀୟ

ମୋର୍ବି ଝୁଲାପୋଲ ଦୁର୍ଘଟଣା ମାମଲା: ଓରେଭା କମ୍ପାନୀ ଏମଡିଙ୍କର ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଖାରଜ…

ଅହମଦାବାଦ,୭।୩ : ଗୁଜୁରାଟର ମୋର୍ବି ଝୁଲାପୋଲ ଦୁର୍ଘଟଣା ମାମଲାରେ ଓରେଭା କମ୍ପାନୀର ଏମଡି ଜୟସୁଖଭାଇ ପଟେଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ଜିଲ ଓ ସେସନ୍ସ କୋର୍ଟ ଖାରଜ କରିଛନ୍ତି। ଏହାପୂର୍ବରୁ ଓରେଭା କମ୍ପାନୀର ପ୍ରମୋଟର ଜୟସୁଖ ପଟେଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ସରକାର ବିରୋଧ କରିଥିଲେ।

ଏହି ଦୁର୍ଘଟଣାରେ ମୃତ ତଥା ୫୬ ଆହତଙ୍କ ପରିବାରକୁ କ୍ଷତିପୂରଣ ଦେବା ପାଇଁ ଜୟସୁଖ ପଟେଲ ୧୫ ରୁ ୨୦ ଦିନ ପର୍ଯ୍ୟନ୍ତ ଜାମିନ ମାଗିଥିଲେ। ତେବେ ଔପଚାରିକତା ପୂରଣ କରିବା ପାଇଁ ତାଙ୍କ ଉପସ୍ଥିତି ଆବଶ୍ୟକ ନୁହେଁ ବୋଲି ସରକାର ଏହି ଆବେଦନକୁ ବିରୋଧ କରିଛନ୍ତି।

ଫେବୃଆରୀ ୨୨ ରେ, ଗୁଜୁରାଟ ହାଇକୋର୍ଟ ଓରେଭା କମ୍ପାନୀକୁ ଏହି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଏବଂ ଚାରି ସପ୍ତାହ ମଧ୍ୟରେ ଆହତମାନଙ୍କୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ମାର୍ଚ୍ଚ ୪ ରେ ଏହି ମାମଲାର ଶୁଣାଣି ପରେ ଜିଲା ତଥା ସେସନ୍ସ ଜଜ ପିସି ଜୋଶୀଙ୍କ କୋର୍ଟ ମାର୍ଚ୍ଚ ୭ ପାଇଁ ପଟେଲଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଉପରେ ରାୟ ସଂରକ୍ଷିତ ରଖିଥିଲେ।

ମୋର୍ବି ପୋଲିସ ଦୁର୍ଘଟଣାରେ ପୋଲିସ ଜୟସୁଖ ପଟେଲଙ୍କ ସହ ୧୦ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସମସ୍ତ ଅଭିଯୁକ୍ତ ଜେଲରେ ଅଛନ୍ତି। ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଦ୍ୱାରା ଦାଖଲ ହୋଇଥିବା ଚାର୍ଜଶିଟରେ ପଟେଲଙ୍କୁ ଅଭିଯୁକ୍ତ କରାଯାଇଛି। ଏହି ଦୁର୍ଘଟଣାରେ ୧୩୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଏହାର ପ୍ରାଥମିକ ଅନୁସନ୍ଧାନରେ ଏସଆଇଟି ଜାଣିବାକୁ ପାଇଛି ଯେ ଝୁଲାପୋଲର ଅଧାରୁ ଅଧିକ କେବୁଲ ତାରଗୁଡ଼ିକ କଳଙ୍କିତ ହୋଇଥିଲା ଏବଂ ଏଥିରେ ପୁରୁଣା ସସପେଣ୍ଡରଗୁଡ଼ିକ ଲଗାଯାଇଥିଲା। ଯେଉଁଥିପାଇଁ ପୋଲ ଭାର ସହି ନ ପାରି ଭୁଶୁଡି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri