Posted inଜାତୀୟ

ମୋରବି ଝୁଲାପୋଲ ମାମଲା: ୧୪.୬୨ କୋଟି କ୍ଷତିପୂରଣ ଜମା କଲା ଓରେଭା ଗ୍ରୁପ୍‌…

ଅହମଦାବାଦ,୧୮।୪ : ଗୁଜରାଟ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଓରେଭା ଗ୍ରୁପ ମୋରବି ଝୁଲାପୋଲ ଦୁର୍ଘଟଣାର ମଧ୍ୟବର୍ତ୍ତୀକାଳୀନ କ୍ଷତିପୂରଣ ରାଶି ଜମା କରିଛି। ଓରେଭା ମଙ୍ଗଳବାର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଏ.ଜେ ଦେଶାଇ ଏବଂ ଜଷ୍ଟିସ ବିରେନ ବୈଷ୍ଣବଙ୍କ ଏକ ବେଞ୍ଚକୁ ଏ ସମ୍ପର୍କରେ ସୂଚନା ଦେଇଛି । ଏହି ଦୁର୍ଘଟଣାରେ ପୀଡିତଙ୍କ ପାଇଁ କ୍ଷତିପୂରଣ ରାଶି ରାଜ୍ୟ ଆଇନ ସେବା ପ୍ରାଧିକରଣରେ ୧୪.୬୨ କୋଟି ଟଙ୍କା ଜମା କରାଯାଇଥିବା କମ୍ପାନୀ କହିଛି॥

ପୀଡିତଙ୍କ ସଠିକ ଯାଞ୍ଚ ପରେ ଅଧିକାରୀଙ୍କ ମାଧ୍ୟମରେ ମଧ୍ୟବର୍ତ୍ତୀକାଳୀନ କ୍ଷତିପୂରଣ ପ୍ରଦାନ ନିଶ୍ଚିତ କରିବାକୁ ଗୁଜରାଟ ରାଜ୍ୟ ଆଇନ ସେବା ପ୍ରାଧିକରଣର ସଦସ୍ୟମାନଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ୧୩୫ ଜଣ ମୃତକଙ୍କ ସମ୍ପର୍କୀୟଙ୍କୁ ମଧ୍ୟବର୍ତ୍ତୀକାଳୀନ କ୍ଷତିପୂରଣ ବାବଦରେ ୧୦ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

କ୍ଷତିପୂରଣ ରାଶି ଜମା କରିବା ସହିତ କମ୍ପାନୀ ସାତ ଅନାଥ ପିଲାଙ୍କ ଶିକ୍ଷା, ଚିକିତ୍ସା ଏବଂ ଜୀବନଯାପନର ବ୍ୟବସ୍ଥା ନିଶ୍ଚିତ କରିବାକୁ କମ୍ପାନୀ କହିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ୫୬ ଜଣଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri