Posted inଜାତୀୟ

ମୋରବି ପୋଲ ଭାଙ୍ଗିବା ଘଟଣାରେ ୫୫ ଶିଶୁଙ୍କ ସମେତ ୧୩୫ ମୃତ, ମୃତକଙ୍କ ମଧ୍ୟରେ ୧୮ ମାସର ଶିଶୁ

ମୋରବି,୭ ।୧୧: ଗୁଜରାଟ ମୋରବି ପୋଲ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟାକୁ ନେଇ ଅଫିସିଆଲ ଡାଟା ଜାରି କରାଯାଇଛି । ଏହି ଡାଟା ଅନୁଯାୟୀ, ମୋରବି ସହରରେ ପୋଲ ଭାଙ୍ଗିବା ଘଟଣାରେ ମୋଟ ୧୩୫ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୫୫ ଜଣ ଶିଶୁ ରହିଛନ୍ତି । ଏମାନଙ୍କ ମଧ୍ୟରୁ ୧୦୦ ଜଣ ମୋରବି ଜିଲାର ବୋଲି ଜଣାପଡିଛି ।
ଜିଲା ପ୍ରଶାସନର ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରେ ୩୯ ବାଳଳ ଓ ୧୬ ବାଳିକା ରହିଛନ୍ତି । ଏମାନଙ୍କ ମଧ୍ୟରେ ମୋରବି ସହରର ସବୁଠାରୁ କମ୍ ବୟସର ୧୮ ମାସର ଜଣେ ଶିଶୁ ଥିବା ବେଳେ ସବୁଠାରୁ ଅଧିକ ୧୭ ବର୍ଷର ଜଣେ ବାଳକ ରହିଛନ୍ତି । ମୃତକଙ୍କ ମଧ୍ୟରେ ୮ ଜଣଙ୍କ ବୟସ ୧୮ ବର୍ଷ ରହିଛି ।
ମୋରବି ଦୁର୍ଘଟଣାକୁ ନେଇ ଯେଉଁ ଡାଟା ଜାରି କରାଯାଇଛି କି ପୀଡ଼ିତଙ୍କ ମଧ୍ୟରେ ୩ ବରିଷ୍ଠ ନାଗରିକ ବି ରହିଛନ୍ତି । ଏମାନଙ୍କ ମଧ୍ୟରେ ୨ ଜଣ ମହିଳା ଯାହାଙ୍କର ବୟସ ୬୨ ଓ ୬୫ ବର୍ଷ ଆଉ ଜଣେ ପୁରୁଷଙ୍କ ବୟସ ୬୨ ବର୍ଷ ବୋଲି କୁହାଯାଇଛି । ଏଥିରେ ସବୁଠାରୁ ଅଧିକ ବୟସ ଅର୍ଥାତ୍ ୬୫ ବର୍ଷ ବୟସର ମହିଳା ଜାମନଗର ଜିଲା ଧ୍ରୋଲ ଅଞ୍ଚଳର ବୋଲି ଜଣାପଡଛି । ମୋରବି ପୋଲ ଦୁର୍ଘଟଣାରେ ମୋଟ ୪୫ ପୁରୁଷ ଓ ୩୫ ମହିଳାଙ୍କ ମୃତ୍ୟୁ ହୋଇଛି । ଶିଶୁଙ୍କ ସହ ପୀଡିତଙ୍କ ମଧ୍ୟରେ ପ୍ରାୟ ୮୪ ପୁରୁଷ ଓ ୫୧ ମହିଳା ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?