Posted inଜାତୀୟ

ମୋରବି କେବଲ ବ୍ରିଜ ଦୁର୍ଘଟଣାରେ ୧୪୦ରୁ ଅଧିକ ମୃତ, ରାତିସାରା ପିଏମଓ ସହ ସମ୍ପର୍କରେ ଥିଲେ ସ୍ୱରାଷ୍ଟ୍ର ମନ୍ତ୍ରୀ

ମୋରବି,୩୧ ।୧୦: ଗୁଜରାଟର ମୋରବିରେ ରବିବାର ହୋଇଥିବା କେବଲ ବ୍ରିଜ ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୧୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ଆହତ ହୋଇଛନ୍ତି । ଏବେବି କେତେଲୋକ ନିଖୋଜ ଅଛନ୍ତି ଏବଂ ସେମାନଙ୍କୁ ଖୋଜା ଚାଲିଛି । ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ-ଏସଡିଆରଏଫ ସହ ନୌସେନା ଓ ବାୟୁସେନାର ଯବାନ ସାମିଲ ହୋଇଛନ୍ତି । ତେଣୁ ଦୁର୍ଘଟଣା କେତେ ଭୟଙ୍କର ଥିଲା ତାହା ଏଥିରୁ ସ୍ପଷ୍ଟ ଅନୁମାନ କରାଯାଇ ପାରୁଛି । ଏହାସହ ପୋଲିସ ଓ ସ୍ଥାନୀୟ ଲୋକେ ବି ଏଥିରେ ସହଯୋଗ କରିଛନ୍ତି ।
ମୋରବି ଦୁର୍ଘଟଣା ଉପରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜେ ନଜର ରଖିଛନ୍ତି । ରାତିସାରା ସେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମଓ) ସହ ସମ୍ପର୍କରେ ରହିଥିଲେ । ଗୁଜରାଟର ମୁଖ୍ୟମନ୍ତ୍ରୀ ଓ ଗୃହମନ୍ତ୍ରୀ ବି ସମ୍ପୂର୍ଣ୍ଣ ଘଟଣାର ତଥ୍ୟ ସଂଗ୍ରହ କରିବା ସହ କେନ୍ଦ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଘଟଣାସ୍ଥଳ ସମ୍ପର୍କରେ ସମସ୍ତ ସୂଚନା ଦେଇଛନ୍ତି ।
ଗୁଜରାଟ ସିଓଓର ସୂଚନା ଅନୁଯାୟୀ, ଭାରତୀୟ ନୌସେନାର ୫୦ ଯବାନଙ୍କ ସହ ଏନଡିଆରଏଫର ୩ଟି ଟିମ, ଭାର୍‌ତୀୟ ବାୟୁସେନାର ୩୦ ଯବାନ ଏହି ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଛନ୍ତି । । ଏପର୍ଯ୍ୟନ୍ତ ୧୭୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆହତଙ୍କ ଚିକିତ୍ସା ପାଇଁ ରାଜକୋଟ ସିଭିଲ ହସ୍ପିଟାଲରେ ଏକ ଆଇସୋଲେଶନ ୱାର୍ଡ ଖୋଲା ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନର ଗୋଟିଏ ଦିନ ପରେ ଭାଜପା ପ୍ରାର୍ଥୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପରେ ମୃତ୍ୟୁ ବରଣ କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ପ୍ରାର୍ଥୀ। ଉତ୍ତରପ୍ରଦେଶ ମୋରାବାଦର ପ୍ରାର୍ଥୀ...

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ...

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri