Posted inଜାତୀୟ

କେବଲ ବ୍ରିଜ ଦୁର୍ଘଟଣା: ବ୍ରିଜ ମ୍ୟାନେଜମେଣ୍ଟ କମ୍ପାନୀ ବିରୋଧରେ ମାମଲା

ମୋରବି,୩୧ ।୧୦: ଗୁଜରାଟର ମୋରବିରେ ରବିବାର ହୋଇଥିବା କେବଲ ବ୍ରିଜ ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୧୪୧ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି ଓ ୧୭୦ ଜଣଙ୍କୁ ଉଦ୍ଧାର କରାଗଲାଣି । ରାଜକୋଟର ଭାଜପା ଏମପି ମୋହନଭାଇ କଲ୍ୟାଣଜୀ କୁନ୍ଦାରିୟାଙ୍କର ୧୨ ଜଣ ସମ୍ପର୍କିୟଙ୍କର ଏଥିରେ ମୃତ୍ୟୁ ହୋଇଥିବା ଜଣାପଡିଛି ।
ଲୋକଙ୍କୁ ଉଦ୍ଧାର କରିବା ପାଇଁ ସାରା ରାତି ଉଦ୍ଧାର କାର୍ଯ୍ୟ ଜାରି ରହିବା ସହ ସୋମବାର ସକାଳୁ ମଧ୍ୟ ଏହି କାର୍ଯ୍ୟ ଜାରି ରହିଛି । ଏହାରି ଭିତରେ ବ୍ରିଜ ମ୍ୟାନେଜମେଣ୍ଟ କମ୍ପାନୀ ବିରୋଧରେ ଦୋଷୀ ସାବ୍ୟସ୍ତ ହତ୍ୟା ମାମଲା ରୁଜୁ କରାଯାଇଛି । ରାଜ୍ୟର ଗୃହମନ୍ତ୍ରୀ ହର୍ଷ ସାଂଘବି ସୋମବାର ସକାଳେ କହିଛନ୍ତି, ଏହି ଘଟଣାରେ ଆପରାଧିକ ମାମଲା ରୁଜୁ ହୋଇଛି ଏବଂ ଆଇଜିପି ର‌୍ୟାଙ୍କର ଅଧିକାରୀଙ୍କ ନେତୃତ୍ୱରେ ଏହାର ଯାଞ୍ଚ ଆରମ୍ଭ ହୋଇଛି । ପୀଡ଼ିତ ପରିବାରକୁ ୬-୬ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri