Posted inଜାତୀୟ

ସୁପ୍ରିମକୋର୍ଟ ପହଞ୍ଚିଲା ମୋରବି ପୋଲ ଭାଙ୍ଗିବା ଘଟଣା

ନୂଆଦିଲ୍ଲୀ,୧ ।୧୧: ଗୁଜରାଟ ମୋରବି ସହରରେ କେବଲ ସସ୍‌ପେନସନ ବ୍ରିଜ ଭାଙ୍ଗିବା ଘଟଣା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି । ଏ ନେଇ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି । ଏହି ଘଟଣାର ତଦନ୍ତ ପାଇଁ ନ୍ୟାୟିକ କମିଶନ ଗଠନ କରିବାକୁ ଦାବି କରାଯାଇଛି । ଏହାସହ ଦେଶରେ ଥିବା ଐତିହସ୍ଥଳକୁ ଲୋକଙ୍କ ପାଇଁ ନିରାପଦ ବୋଲି ଆକଳନ କରିବାକୁ ଦାବି କରାଯାଇଛି । ଏଭଳି ପ୍ରସଙ୍ଗରେ ଦୃଷ୍ଟି ଦେବା ପାଇଁ ପ୍ରତ୍ୟେକ ରାଜ୍ୟରେ ଏକ ସ୍ୱତନ୍ତ୍ର ବିଭାଗ ଗଠନ କରିବାକୁ ବି ଦାବି କରାଯାଇଛି ।
ବିଶାଲ ତିୱାରି ନାମକ ଜଣେ ବ୍ୟକ୍ତି ଏହା ଦାୟର କରିଛନ୍ତି । ସେ ପେଶାରେ ଜଣେ ଓକିଲ । ମୋରବି ପୋଲ ଦୁର୍ଘଟଣାକୁ ନେଇ ଏବେ ପର୍ଯ୍ୟନ୍ତ ଆଇପିସିର ଭିନ୍ନ ଭିନ୍ନ ଧାରାରେ ଏଫଆଇଆର ଦିଆଯାଇ ୯ ଜଣଙ୍କୁ ଗିରଫ କରାଯାଇଛି । ଏହି ଘଟଣାରେ ଏବେ ପର୍ଯ୍ୟନ୍ତ ୧୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶହେରୁ ଅଧିକ ଲୋକଙ୍କ ଚିକିତ୍ସା ଚାଲିଛି । ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ନଭେମ୍ବର ୨ରେ ସାରା ରାଜ୍ୟରେ ଶୋକ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?