Posted inଜାତୀୟ

ମୋରବି ଝୁଲାପୋଲ ଦୁର୍ଘଟଣା: ଓରେଭା ଗ୍ରୁପ୍‌ ଏମଡି କୋର୍ଟରେ କଲେ ଆତ୍ମ ସମର୍ପଣ…

ଅହମଦାବାଦ,୩୧।୧ : ଗୁଜରାଟର ମୋରବି ଝୁଲା ପୋଲ ଭୁଶୁଡ଼ିବା ମାମଲାରେ ଅଭିଯୁକ୍ତ ଓରେଭା ଗ୍ରୁପର ପରିଚାଳନା ନିର୍ଦ୍ଦେଶକ (ଏମଡି) ଜୟସୁଖ ପଟେଲ ମଙ୍ଗଳବାର ମୋରବିସ୍ଥିତ ସିଜେଏମ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଏହାପୂର୍ବରୁ ସିଜେଏମ କୋର୍ଟ ଜୟସୁଖ ପଟେଲଙ୍କ ବିରୋଧରେ ୱାରେଣ୍ଟ ଜାରି କରିଥିଲେ।

ସୂଚନାଯୋଗ୍ୟ,ଗତ ବର୍ଷ ମୋରବିରେ ମଚ୍ଛୁ ନଦୀ ଉପରେ ଥିବା ଝୁଲା ପୋଲ ଭୁଶୁଡ଼ିବା ଘଟଣାରେ ୧୩୫ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ମାମଲାରେ ଗୁଜରାଟ ପୋଲିସ ୯ ଜଣଙ୍କୁ ଗିରଫ କରିଥିଲା। ଯେଉଁଥିରେ ଓରେଭା ଗ୍ରୁପର ୪ଜଣ କର୍ମଚାରୀ ଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣ କମ୍ପାନୀ ମ୍ୟାନେଜର ଏବଂ ଦୁଇଜଣ ଟିକେଟ କିରାଣୀ ଥିଲେ।

ଜୟସୁଖ ପଟେଲଙ୍କ ନାମ ମଧ୍ୟ ଏଫଆଇଆରରେ ଅଭିଯୁକ୍ତ ଭାବରେ ପଞ୍ଜିକୃତ ହୋଇଥିଲା। ଜୟସୁଖ ପଟେଲ ଜାନୁଆରୀ ୨୦ ରେ ମୋରବିର ସେସନ କୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ, କିନ୍ତୁ କୋର୍ଟ ଏହାକୁ ଖାରଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri