Posted inଜାତୀୟ

ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୩୧।୧୦:ଗୁଜରାଟର ମୋର୍‌ବି ଝୁଲା ପୋଲ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାବପ୍ରବଣ ହୋଇପଡିଛନ୍ତି। ଜାତୀୟ ଏକତା ଦିବସ ଅବସରରେ କେଭାଡିଆରେ ଏକ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ଭାବପ୍ରବଣ ହୋଇ କହିଛନ୍ତି, ମୁଁ ଏକତା ନଗରରେ ଅଛି କିନ୍ତୁ ମୋର ହୃଦୟ ମୋର୍‌ବି ପୀଡିତଙ୍କ ସହ ଅଛି। ମୁଁ ମୋ ଜୀବନରେ କ୍ୱଚିତ୍‌ ଏପରି ଯନ୍ତ୍ରଣା ଅନୁଭବ କରିଥିବି। ଗୋଟିଏ ପଟେ ଯନ୍ତ୍ରଣାରେ ଭରା ହୃଦୟ ଏବଂ ଅନ୍ୟ ପଟେ କର୍ତ୍ତବ୍ୟର ରାସ୍ତା। ସରକାର ପୀଡିତଙ୍କ ପରିବାର ସହ ଅଛନ୍ତି। ଗୁଜରାଟ ଏବଂ କେନ୍ଦ୍ର ସରକାର ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଉଛନ୍ତି।
ସୂଚନାଯୋଗ୍ୟ, ଗୁଜରାଟ ମୋର୍‌ବିରେ ଝୁଲା ପୋଲ ଭାଙ୍ଗି ଯିବାରୁ ଏ ପର୍ଯ୍ୟନ୍ତ ୧୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି। ଏବେବି ହସ୍ପିଟାଲରେ ଅନେକ ଗୁରୁତରଙ୍କ ଚିକିତ୍ସା ଚାଲିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri