Posted inଫୁରସତ

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ ରୋଗୀଙ୍କୁ ଲିଙ୍ଗ, ବୟସ ଓ ଜାତୀୟତା ନିର୍ବିଶେଷରେ ସର୍ବୋତ୍କୃଷ୍ଟ ତଥା ଯଥାର୍ଥ ଚିକିତ୍ସା ସେବା ସମାନ ଭାବରେ ଯୋଗାଇ ଦେବା ଆବଶ୍ୟକ’। ହେମୋଫିଲିଆ ହେଉଛି ଏକ ଜିନ୍‌ ରୋଗ ଓ ବଂଶାନୁକ୍ରମିକ। ଏହା ଏକ ରକ୍ତ ରୋଗ। ପରିବାରର ଏକାଧିକ ବ୍ୟକ୍ତି ଏହି ରୋଗଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି। ‘ହେମୋଫିଲିଆ ଶବ୍ଦ ‘ହେମା’ ଏବଂ ‘ଫିଲିଆ’କୁ ନେଇ ଗଠିତ। ‘ହେମୋ’ ଅର୍ଥ ହେଲା ରକ୍ତ ସମ୍ବନ୍ଧୀୟ ଏବଂ ‘ଫିଲିଆ’ ଅର୍ଥ ହେଉଛି ପ୍ରବଣତା। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି ରୋଗରେ ଜଣେ ଆକ୍ରାନ୍ତ ହେଲେ ତାଙ୍କର ରକ୍ତ ଜମାଟ ବାନ୍ଧି ପାରେ ନାହିଁ। ଏ ସମ୍ପର୍କରେ ବରିଷ୍ଠ ଭେଷଜ ବିଶେଷଜ୍ଞ ଡା. ନିତ୍ୟାନନ୍ଦ ସ୍ବାଇଁ କହନ୍ତି, ‘ଏହି ରୋଗର କେତେକ ସାଧାରଣ କଥା ଆମେ ଜାଣି ରଖିବା ନିହାତି ଦରକାର। ପ୍ରଥମ କଥା ହେଲା କେଉଁ ଉପାଦାନ ବା ଫ୍ୟାକ୍ଟରର ଅଭାବ ଯୋଗୁ ହେମୋଫିଲିଆ ଜାତ ହୁଏ ? ଜିନ୍‌ ଦୋଷ ଯୋଗୁ ରୋଗୀଠାରେ ବା ପୁତ୍ର ସନ୍ତାନଠାରେ ଫ୍ୟାକ୍ଟର VIII କିମ୍ବା ଫ୍ୟାକ୍ଟର IX ଆଶାନୁରୂପ ଭାବରେ ତିଆରି ହୋଇପାରେ ନାହିଁ। ସୁତରାଂ ଫ୍ୟାକ୍ଟର VIII ଅଭାବଜନିତ ହେମୋଫିଲିଆକୁ ‘ହେମୋଫିଲିଆ A’ ଏବଂ ଫ୍ୟାକ୍ଟର IX ଅଭାବଜନିତ ହେମୋଫିଲିଆକୁ ‘ହେମୋଫିଲିଆ B’ ବୋଲି କହନ୍ତି। ହେମୋଫିଲିଆ ରୋଗୀଙ୍କର ସବୁଯାକ ପୁତ୍ର ସନ୍ତାନ ରୋଗମୁକ୍ତ ତଥା ସୁସ୍ଥ ହୋଇ ଜନ୍ମ ନେଇଥାଆନ୍ତି। କିନ୍ତୁ ସବୁଯାକ କନ୍ୟା ସନ୍ତାନ ଏହାର ବାହକ ରୂପେ ଭୂମିଷ୍ଠ ହୋଇଥାଆନ୍ତି। ସାମାନ୍ୟ ଖଣ୍ଡିଆ ଖାବରା ହୋଇପଡିଲେ କି ଦୁର୍ଘଟଣାଗ୍ରସ୍ତ ହେଲେ କ୍ଷତ ସ୍ଥାନରୁ ବହୁ ସମୟ ଧରି ରକ୍ତସ୍ରାବ ଚାଲିଥାଏ। ଦାନ୍ତ ଉପାଡିଲେ ମାଢ଼ିର ଉପୁଡା ଯାଇଥିବା ସ୍ଥାନରୁ ରକ୍ତ ଝରିବା ସହଜରେ ବନ୍ଦ ହୁଏ ନାହିଁ। ଛୋଟକାଟିଆ ଅପରେଶନ କଲାବେଳେ ମଧ୍ୟ ବହୁ ସମୟଧରି ରକ୍ତ ବୋହୁଥାଏ। ନାକ, ପାଟି ଓ ଦାନ୍ତ ମାଢ଼ିରୁ ବି ରକ୍ତ ଝରିପାରେ। ରକ୍ତବାନ୍ତି ଓ କଳାଝାଡା ହେବା ସଙ୍ଗେ ସଙ୍ଗେ ଝାଡା ଓ ପରିସ୍ରାରେ ମଧ୍ୟ ରକ୍ତ ପଡିପାରେ। ଏହି ରୋଗକୁ ନିର୍ଣ୍ଣୟ କରିବା ପାଇଁ କେତେକ ପରୀକ୍ଷା କରାଯାଇଥାଏ। ପିଲାର ରକ୍ତରେ ଫ୍ୟାକ୍ଟର VIII ଓ ଫ୍ୟାକ୍ଟର IXର ମାତ୍ରା ନିର୍ଦ୍ଧାରଣ କରି ରୋଗ ନିର୍ଣ୍ଣୟ କରାଯାଏ। ରୋଗୀଠାରେ ଫ୍ୟାକ୍ଟର VIIIର ଅଭାବ ଥିଲେ ‘ହେମୋଫିଲିଆ A’ ଏବଂ ଏବଂ ଫ୍ୟାକ୍ଟର IXର ଅଭାବ ଥିଲେ ‘ହେମୋଫିଲିଆ B’ ବୋଲି ନିର୍ଣ୍ଣୟ କରିବାରେ କୌଣସି ସନ୍ଦେହ ରହେ ନାହିଁ। ଏବେ ଗର୍ଭବତୀଙ୍କ ଗର୍ଭାଶୟରୁ ଜଳ ସଂଗ୍ରହ ଓ ସେହି ଜଳରେ ଥିବା ଜୀବକୋଷର ଜିନ୍‌ ପରୀକ୍ଷା କରି ଗର୍ଭସ୍ଥ ଶିଶୁ ରୋଗୀ କି ବାହକ ତାହା ଜାଣି ହେଉଛି। ଏପରି କି ଗର୍ଭସ୍ଥ ଶିଶୁ ପାଞ୍ଚ ମାସର ହୋଇଯାଇଥିଲେ ତା’ଠାରୁ ରକ୍ତ ସଂଗ୍ରହ କରି ସେହି ରକ୍ତରେ ଫ୍ୟାକ୍ଟର VIII ଓ ଫ୍ୟାକ୍ଟର IXର ମାତ୍ରା ନିର୍ଦ୍ଧାରଣ କରି ରୋଗ ଚିହ୍ନଟ କରିବା ସମ୍ଭବ। ଏଭଳି ସମସ୍ୟା ସହ ଜଡିତ ବ୍ୟକ୍ତି କେତେକ ବିଷୟ ପ୍ରତି ସତେଚନ ରହିବା ନିହାତି ଜରୁରୀ। ରୋଗୀ ଯେପରି ଆଘାତ ପାଇ କ୍ଷତବିକ୍ଷତ ନ ହୁଅନ୍ତି ସେଥିପ୍ରତି ସତର୍କ ରୁହନ୍ତୁ। ରୋଗୀ ଖେଳାଖେଳି, ଓଜନିଆ ଜିନିଷ ଉଠାଇବା ସମୟରେ, ଧାରୁଆ ଅସ୍ତ୍ରଶସ୍ତ୍ର ବ୍ୟବହାର କରିବା ସମୟରେ ସତର୍କ ରହିବା ଉଚିତ। ଏମାନେ ଦାନ୍ତ ଘଷିବା ସମୟରେ ନରମ ବ୍ରଶ ବ୍ୟବହାର କରନ୍ତୁ। ରୋଗୀକୁ ବାରମ୍ବାର ରକ୍ତ ନେବାକୁ ପଡିଥାଏ। ତେଣୁ ସେ ଯେପରି ହେପାଟଇଟିସ୍‌-ବି, ଏବଂ ହେପାଟାଇଟିସ-ସି ତଥା ଏଚଆଇଭି ଦ୍ୱାରା ସଂକ୍ରମିତ ନ ହୁଏ ସେଥିପ୍ରତି ନଜର ଦିଅନ୍ତୁ। ଜାଣି ରଖିବା ଉଚିତ ଯେ, ହେମୋଫିଲିଆ ରୋଗ ସଂକ୍ରାମକ ନୁହେଁ। ତେଣୁ ତାହା ଅନ୍ୟମାନଙ୍କୁ ଡେଇଁବାର ଆଦୌ ଆଶଙ୍କା ନାହିଁ।’


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?