‘ଦେଶରେ ଅଧିକ ବ୍ଲୁ ଫ୍ଲାଗ ବିଚ୍‌ କରାଯିବ’

ପୁରୀ ଅଫିସ,୮।୧୦: ସାଗର ତଟ ଅଭିଯାନ ଓ ୭୫ତମ ଆଜାଦି କା ଅମୃତ ମହୋତ୍ସବ ଗୁରୁବାର ବ୍ଲୁ ଫ୍ଲାଗ ବିଚ୍‌ରେ ଅନୁଷ୍ଠିତ ହୋଇଯାଇଛି। ଦେଶର ୧୦ଟି ବେଳାଭୂମିରେ ଏକକାଳୀନ ଏହି କାର୍ଯ୍ୟକ୍ରମ କରାଯାଇ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଛି। ପୁରୀ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ, ଖାଦ୍ୟ ଓ ଖାଉଟି ବ୍ୟାପାର, ସାଧାରଣ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ପରିବେଶ ଓ ସାମୁଦ୍ରିକ ତଟ ତଥା ଜଳଜୀବଙ୍କ ସୁରକ୍ଷା ନିମନ୍ତେ ଯୁବଗୋଷ୍ଠୀଙ୍କୁ ଆହ୍ବାନ ଦେଇଥିଲେ। ମାନବ ସମାଜ ତିଷ୍ଠି ରହିବାକୁ ହେଲେ ପରିବେଶର ସୁରକ୍ଷା ନିତାନ୍ତ ଆବଶ୍ୟକ। ବ୍ଲୁଫ୍ଲାଗ ବିଚ୍‌ ପ୍ରତି ପର୍ଯ୍ୟଟକମାନେ ଆକୃଷ୍ଟ ହେଉଥିବା ଦୃଷ୍ଟିରୁ ଦେଶରେ ଅଧିକ ବ୍ଲୁ ଫ୍ଲାଗ ବିଚ୍‌ ସୃଷ୍ଟି କରାଯିବ। ପୁରୀ ବିଚ୍‌ରେ ଉପଲବ୍ଧ ସୁବିଧାକୁ କେନ୍ଦ୍ରମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲାପାଳ ସମର୍ଥ ବର୍ମା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏମ୍‌ପି ଅପରାଜିତା ଷଡଙ୍ଗୀ ସମ୍ମାନିତ ଅତିଥିଭାବେ ଯୋଗଦେଇ ଅର୍ଥନୀତି ଉପରେ ପର୍ଯ୍ୟଟନ କ୍ଷେତ୍ରର ସକାରାତ୍ମକ ପ୍ରଭାବ ରହିଥିବାରୁ ଏହାର ବିକାଶ ଉପରେ ମତବ୍ୟକ୍ତ କରିଥିଲେ। ସେହିଭଳି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଉଭୟ ପର୍ଯ୍ୟଟନ ଓ ତୀର୍ଥସ୍ଥାନ ନିମନ୍ତେ ପୁରୀ ପରିଚିତ ଅଟେ ବୋଲି କହିଥିଲେ। ଏହି ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ଇକୋ ଟୁରିଜିମର ଯୁଗବ୍ରତ କରଙ୍କ ସମେତ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ବେଳାଭୂମି ଉନ୍ନୟନ ଅବଦାନ ନିମନ୍ତେ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ପ୍ରାତଃ ସମୟରେ ମନ୍ତ୍ରୀ ଓ ଅତିଥିମାନେ ବେଳାଭୂମି ସଫେଇ କରିବା ସହ ଚାରାରୋପଣ କରିଥିଲେ। ଏହି ଅବସରରେ ଅତିରିକ୍ତ ଜିଲାପାଳ, କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀମାନେ ଯୋଗଦେଇଥିଲେ। ଶେଷରେ ଡିଏଫ୍‌ଓ ପି. ରାମାସ୍ବାମୀ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମ ପରେ କେନ୍ଦ୍ର ମନ୍ତ୍ରୀ ଚୌବେ କଡା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିରକୁ ଯାଇ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପରେ କିଛି କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ଭୁବନେଶ୍ୱର ଫେରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri