‘ଦେଶରେ ଅଧିକ ବ୍ଲୁ ଫ୍ଲାଗ ବିଚ୍‌ କରାଯିବ’

ପୁରୀ ଅଫିସ,୮।୧୦: ସାଗର ତଟ ଅଭିଯାନ ଓ ୭୫ତମ ଆଜାଦି କା ଅମୃତ ମହୋତ୍ସବ ଗୁରୁବାର ବ୍ଲୁ ଫ୍ଲାଗ ବିଚ୍‌ରେ ଅନୁଷ୍ଠିତ ହୋଇଯାଇଛି। ଦେଶର ୧୦ଟି ବେଳାଭୂମିରେ ଏକକାଳୀନ ଏହି କାର୍ଯ୍ୟକ୍ରମ କରାଯାଇ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଛି। ପୁରୀ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ, ଖାଦ୍ୟ ଓ ଖାଉଟି ବ୍ୟାପାର, ସାଧାରଣ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ପରିବେଶ ଓ ସାମୁଦ୍ରିକ ତଟ ତଥା ଜଳଜୀବଙ୍କ ସୁରକ୍ଷା ନିମନ୍ତେ ଯୁବଗୋଷ୍ଠୀଙ୍କୁ ଆହ୍ବାନ ଦେଇଥିଲେ। ମାନବ ସମାଜ ତିଷ୍ଠି ରହିବାକୁ ହେଲେ ପରିବେଶର ସୁରକ୍ଷା ନିତାନ୍ତ ଆବଶ୍ୟକ। ବ୍ଲୁଫ୍ଲାଗ ବିଚ୍‌ ପ୍ରତି ପର୍ଯ୍ୟଟକମାନେ ଆକୃଷ୍ଟ ହେଉଥିବା ଦୃଷ୍ଟିରୁ ଦେଶରେ ଅଧିକ ବ୍ଲୁ ଫ୍ଲାଗ ବିଚ୍‌ ସୃଷ୍ଟି କରାଯିବ। ପୁରୀ ବିଚ୍‌ରେ ଉପଲବ୍ଧ ସୁବିଧାକୁ କେନ୍ଦ୍ରମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲାପାଳ ସମର୍ଥ ବର୍ମା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏମ୍‌ପି ଅପରାଜିତା ଷଡଙ୍ଗୀ ସମ୍ମାନିତ ଅତିଥିଭାବେ ଯୋଗଦେଇ ଅର୍ଥନୀତି ଉପରେ ପର୍ଯ୍ୟଟନ କ୍ଷେତ୍ରର ସକାରାତ୍ମକ ପ୍ରଭାବ ରହିଥିବାରୁ ଏହାର ବିକାଶ ଉପରେ ମତବ୍ୟକ୍ତ କରିଥିଲେ। ସେହିଭଳି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଉଭୟ ପର୍ଯ୍ୟଟନ ଓ ତୀର୍ଥସ୍ଥାନ ନିମନ୍ତେ ପୁରୀ ପରିଚିତ ଅଟେ ବୋଲି କହିଥିଲେ। ଏହି ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ଇକୋ ଟୁରିଜିମର ଯୁଗବ୍ରତ କରଙ୍କ ସମେତ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ବେଳାଭୂମି ଉନ୍ନୟନ ଅବଦାନ ନିମନ୍ତେ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ପ୍ରାତଃ ସମୟରେ ମନ୍ତ୍ରୀ ଓ ଅତିଥିମାନେ ବେଳାଭୂମି ସଫେଇ କରିବା ସହ ଚାରାରୋପଣ କରିଥିଲେ। ଏହି ଅବସରରେ ଅତିରିକ୍ତ ଜିଲାପାଳ, କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀମାନେ ଯୋଗଦେଇଥିଲେ। ଶେଷରେ ଡିଏଫ୍‌ଓ ପି. ରାମାସ୍ବାମୀ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମ ପରେ କେନ୍ଦ୍ର ମନ୍ତ୍ରୀ ଚୌବେ କଡା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିରକୁ ଯାଇ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପରେ କିଛି କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ନରେ ଭୁବନେଶ୍ୱର ଫେରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri