ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପ୍ରବଳ କୁହୁଡି ଦେଖାଦେଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟା ପର୍ଯ୍ୟନ୍ତ ସୂର୍ଯ୍ୟ କିରଣ ଦେଖିବାକୁ ମିଳି ନ ଥିଲା। ରାସ୍ତାରେ ଯାତାୟାତ ସମୟରେ ମୁହଁକୁ ମୁହଁ ଦିଶୁ ନ ଥିଲା। ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଆହୁରି ଥରାଇବ ଶୀତ ଲହରି। ଆସନ୍ତା ୩ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିବା ସମ୍ଭାବନା ରହିଥିଲେ ମଧ୍ୟ ପରେ ପୁଣି ପାରଦ ୨ରୁ ୪ଡିଗ୍ରୀ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ଶୁକ୍ରବାର ଜଗତ୍‌ସିଂହପୁର ଜିଲାର ବିଭିନ୍ନ ସ୍ଥାନରେ ଅତି ଘନ କୁହୁଡି ଦେଖାଦେବ। ଏଥିପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପୁରୀ, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼ ଏବଂ କନ୍ଧମାଳ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ କଟକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଅପରପକ୍ଷେ ବିଭାଗର ତଥ୍ୟ ଅନୁଯାୟୀ, ଗୁରୁବାର ଦାରିଙ୍ଗବାଡ଼ିରେ ୭.୫ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ଝାରସୁଗୁଡାରେ ପ୍ରବଳ ଥଣ୍ଡା ଅନୁଭୂତ ହୋଇଥିଲା। ଏଠାରେ ସର୍ବନିମ୍ନ ତାପମାତ୍ରା ୭.୮ଡିଗ୍ରୀ ରହିଥିବାବେଳେ ସ୍ବାଭାବିକଠାରୁ ୪.୨ ଡିଗ୍ରୀ କମ୍‌ ରହିଥିଲା। ସେହିପରି ଅନୁଗୋଳ ଓ ଫୁଲବାଣୀ ୮ ଡିଗ୍ରୀ, ରାଉରକେଲା ୮.୬ ଡିଗ୍ରୀ, କୋରାପୁଟ ୮.୬ ଡିଗ୍ରୀ, କେନ୍ଦୁଝର ୯ ଡିଗ୍ରୀ, ନବରଙ୍ଗପୁର ୯ ଡିଗ୍ରୀ, ଜି.ଉଦୟଗିରି ୯.୨ ଡିଗ୍ରୀ, କିରେଇ ୯.୩ ଡିଗ୍ରୀ, ବୌଦ୍ଧ ୯.୬ ଡିଗ୍ରୀ ଓ ସୁନ୍ଦରଗଡ଼ରେ ୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri