ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ ଲହର ଆସିପାରେ ବୋଲି ଆଶଙ୍କା କରି ରାଜ୍ୟ ସରକାର ଏବେଠୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେବେ ଏହି ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି। ଶିଶୁଙ୍କ ଚିକିତ୍ସା ଅନ୍ୟ ରୋଗୀଙ୍କଠାରୁ ଭିନ୍ନ ଥିବାରୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର।
ସେପଟେ ଶିଶୁଙ୍କଠାରେ କରୋନା ଲକ୍ଷଣ ଦେଖାଦେଲେ କ’ଣ କରିବାକୁ ପଡ଼ିବ ସେ ନେଇ ପରାମର୍ଶ ଦେଇଛନ୍ତି ଶିଶୁରୋଗ ବିଶେଷଜ୍ଞ। ଜାତୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶାର ଶିଶୁରୋଗ ବିଶେଷଜ୍ଞ ଡା. ଆଦିତ୍ୟ କୁମାର ପାତ୍ର କହିଛନ୍ତି, ୨ ବର୍ଷରୁ କମ୍‌ ସଂକ୍ରମିତ ଶିଶୁକୁ ମାସ୍କ ପିନ୍ଧାଇବା ଆବଶ୍ୟକ ନାହିଁ। ୨ରୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁ ଯଦି ମାସ୍କ ପିନ୍ଧି ପାରୁଛି, ତେବେ ପିନ୍ଧାନ୍ତୁ। ଶିଶୁର ଶ୍ୱାସକ୍ରିୟା ଦେଖି ଅଭିଭାବକ ହସ୍ପିଟାଲରେ ଭର୍ତ୍ତି କରିପାରିବେ। ୨ ମାସରୁ କମ୍‌ ଦିନର ପିଲା ମିନିଟ୍‌କୁ ୬୦ରୁ ଅଧିକ ନିଃଶ୍ୱାସ ନେଲେ ବିପଦ। ସେହିପରି ୨ମାସରୁ ୧ ବର୍ଷ ପିଲା ୫୦ରୁ ଅଧିକ, ୧ରୁ ୫ ବର୍ଷ ପିଲା ୪୦ରୁ ଅଧିକ ନିଃଶ୍ୱାସ ନେଲେ ବିପଦ ବୋଲି କହିଛନ୍ତି ଡାକ୍ତର ମହାପାତ୍ର। ସେହିଭଳି ୫ ବର୍ଷରୁ ଅଧିକ ବୟସର ପିଲା ମିନିଟ୍‌କୁ ୩୦ରୁ ଅଧିକ ନିଃଶ୍ୱାସ ନେଉଥିଲେ ମଧ୍ୟ ବିପଦ। ନିଃଶ୍ୱାସ ନେବାବେଳେ କୁନ୍ଥେଇଲେ କିମ୍ବା ନିସ୍ତେଜ ହେଲେ ଏହା ଏକ ବିପଦ ସଙ୍କେତ ବୋଲି ବୁଝିବାକୁ ହେବ। ଶିଶୁଙ୍କ କ୍ଷେତ୍ରରେ ଏଭଳି ଲକ୍ଷଣ ଦେଖିଲେ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରିବା ଜରୁରୀ ବୋଲି ସେ ପରାମର୍ଶ ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଗର୍ଭାବସ୍ଥାରେ ଯଦି କୌଣସି ମା’ ସଂକ୍ରମିତ ହୁଏ, ତା’ଠାରୁ ଛୁଆ ସଂକ୍ରମିତ ହେବ ନାହିଁ। ପିଲା ଜନ୍ମବେଳେ ସାବଧାନ ରହିଲେ, ମା’ଠାରୁ ଛୁଆ ସଂକ୍ରମିତ ହେବ ନାହଁି। ପ୍ରସବବେଳେ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ନେବା ଜରୁରୀ ବୋଲି ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ପରାମର୍ଶ ଭିତ୍ତିକ କାର୍ଯ୍ୟକ୍ରମରେ ଡା. ମହାପାତ୍ର କହିଛନ୍ତି।
କିମ୍ସ ହସ୍ପିଟାଲର ପ୍ରଫେସର ଡା. ସେବା ରଞ୍ଜନ ବିଶ୍ୱାଳ କହିଛନ୍ତି, ବର୍ତ୍ତମାନ ପରିସ୍ଥିତିରେ ଜ୍ୱର, କାଶ, ଥଣ୍ଡା ଓ ନାକରୁ ପାଣି ବୋହିଲେ ଡାକ୍ତରଙ୍କ ପରାମର୍ଶ ନିତାନ୍ତ ଜରୁରୀ। କୌଣସି କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ଟେଷ୍ଟ କରାନ୍ତୁ। ଲକ୍ଷଣ ନ ଥିବା ଆକ୍ରାନ୍ତ ଶିଶୁକୁ କିଛି ଔଷଧ ଦେବା ଆବଶ୍ୟକ ନାହିଁ। ସ୍ବଳ୍ପ ଲକ୍ଷଣଙ୍କୁ ପାରାସିଟାମଲ ଓ ଗୁରୁତର ଆକ୍ରାନ୍ତଙ୍କୁ ହସ୍ପିଟାଲ ଭର୍ତ୍ତି କରିବା ଜରୁରୀ। ତେବେ ଶିଶୁମାନଙ୍କ ଫୁସ୍‌ଫୁସ୍‌ ଅପେକ୍ଷାକୃତ ସୁସ୍ଥ ଥିବାରୁ ଗୁରୁତର ସମ୍ଭାବନା କମ୍‌ ରହିଛି। ଶିଶୁଙ୍କ ବହୁବିଧ ରୋଗ ପ୍ରାୟତଃ ନ ଥିବାରୁ ଗୁରୁତର ହୁଅନ୍ତି ନାହିଁ। ଘରର ବଡ଼ ଲୋକଙ୍କ ପାଇଁ ଶିଶୁମାନେ ସଂକ୍ରମିତ ହୋଇଥାନ୍ତି। ବଡ଼ ଲୋକ ଘରକୁ ଫେରିଲେ ସାନିଟାଇଜ ହୋଇ ପିଲାଙ୍କ ପାଖକୁ ଯାଆନ୍ତୁ ବୋଲି ଡା. ବିଶ୍ୱାଳ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?