ଦେବାଳିଆ ହୋଇପାରନ୍ତି ଅଧିକ ଏମ୍‌ଏସ୍‌ଏମ୍‌ଇ

ନୂଆଦିଲ୍ଲୀ,୧୭।୭:କରୋନା ମହାମାରୀ ପାଇଁ ସାରା ବିଶ୍ୱ ବର୍ତ୍ତମାନ ଆର୍ଥତ୍କ ସଙ୍କଟ ସ୍ଥିତି ଦେଇ ଗତିକରୁଛି। ଏହି ସମୟରେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକର ସ୍ଥିତି ବେହାଲ ହୋଇଛି। ସରକାର ଏହି ଶିଳ୍ପକୁ ସହାୟତା କରିବା ଲାଗି ପଦକ୍ଷେପ ନେଇଛନ୍ତି। ହେଲେ ଅଧିକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଏହା ହୋଇ ନ ପାରିଲେ ଅଧିକ ସଂଖ୍ୟକ ଏମ୍‌ଏସ୍‌ଏମ୍‌ଇ ଚଳିତ ବର୍ଷ ଦେବାଳିଆ ସ୍ଥିତିକୁ ଚାଲିଯିବେ। ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ଏ ନେଇ ଆଶଙ୍କା ବ୍ୟକ୍ତ କରିବା ସତର୍କ କରାଇଛି। ଏମ୍‌ଏସ୍‌ଏମ୍‌ଇଗୁଡିକ କ୍ଷେତ୍ରରେ ଦେବାଳିଆ ହାର ୩ ଗୁଣା ବଢ଼ିବା ନେଇ ଆଶଙ୍କା ବ୍ୟକ୍ତ କରାଯାଇଛି। ଏହା ହେଲେ ଆର୍ଥତ୍କ ସ୍ଥିତାବସ୍ଥା ଏବଂ ବିତ୍ତୀୟ ଅସ୍ଥିରତାର ସମୟ ବଢ଼ିଯିବ ବୋଲି ଆଇଏମ୍‌ଏଫ୍‌ ଏହାର ରିପୋର୍ଟରେ ଉଲ୍ଲେଖ କରିଛି।
୧୭ ଦେଶର ସ୍ଥିତିକୁ ତର୍ଜମା କରିବା ପରେ ଆଇଏମ୍‌ଏଫ୍‌ ପକ୍ଷରୁ ଏଭଳି ରିପୋର୍ଟ ପ୍ରକାଶ ପାଇଛି। କ୍ଷୁଦ୍ର ସଂସ୍ଥାଗୁଡିକର ଦେବାଳିଆ ହେବାର ହାର ୧୨% ଛୁଇଁବା ନେଇ ରିପୋର୍ଟରେ କୁହାଯାଇଛି। କୋଭିଡ୍‌-୧୯ ପୂର୍ବରୁ ଏହି ହାର ୪% ରହିବା ନେଇ ପୂର୍ବାନୁମାନ କରାଯାଇଥିଲା। ବଜାର ପ୍ରଭାବିତ ହେବାରୁ ଉତ୍ପାଦନ ଏବଂ ଚାହିଦା ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇ ରହିଛି। ଏହି ସମସ୍ୟାରୁ ବାହାରକୁ ଆସିବା ଲାଗି କମ୍ପାନୀଗୁଡିକ ଉଦ୍ୟମ ଜାରି ରଖିଛନ୍ତି। ଜି-୨୦ ଦେଶ ସମୂହ ଟିକସ, ଗ୍ରାଣ୍ଟ, ସୁଧହାର ଏବଂ ସବ୍‌ସିଡି ଭଳି ପଦକ୍ଷେପ ଦ୍ୱାରା କ୍ଷୁଦ୍ର ସଂସ୍ଥାଗୁଡିକ ଲାଭବାନ୍‌ ହୋଇପାରିବେ। କୋଭିଡ୍‌ ଯୋଗୁ ସେବା କ୍ଷେତ୍ର ଅଧିକ କ୍ଷତି ସହିଛି। ଏହି କ୍ଷେତ୍ରରେ କ୍ଷୁଦ୍ର ସଂସ୍ଥା ଦେବାଳିଆ ହେବା ମାମଲା ୨୦% ବଢ଼ିପାରେ। ଓ୍ବାଶିଂଟନ ଫଣ୍ଡର ଏକ ରିପୋର୍ଟ ମୁତାବକ କାନାଡା ଏବଂ ଆମେରିକାରେ ଏକତୃତୀୟାଂଶ କ୍ଷୁଦ୍ରସଂସ୍ଥା ବନ୍ଦହେବା ଆଶଙ୍କା ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri