Posted inଖେଳ

ସରକାରୀ ନିଯୁକ୍ତିରେ କ୍ରୀଡ଼ାବିତ୍‌ଙ୍କୁ ଅଧିକ ସୁଯୋଗ

ନୂଆଦିଲ୍ଲୀ,୧।୯ (ପି.ଟି.): କେନ୍ଦ୍ର ସରକାର ମେଧାବୀ କ୍ରୀଡ଼ାବିତ୍‌ମାନଙ୍କ ପାଇଁ ଚାକିରି କ୍ଷେତ୍ରରେ ସିଧା ନିଯୁକ୍ତି ନିମନ୍ତେ ତାଲିକାରେ ଅଧିକ ସଂଖ୍ୟକ କ୍ରୀଡ଼ାବର୍ଗକୁ ସାମିଲ କରିଛନ୍ତି। ଏହି କ୍ରମରେ କେନ୍ଦ୍ର ସରକାର ଅଧିକ ୨୦ଟି କ୍ରୀଡ଼ାବର୍ଗକୁ ତାଲିକାରେ ସାମିଲ କରିଥିବା ଜଣାଯାଇଛି। ସିଧାସଳଖ ନିଯୁକ୍ତି ପାଇଁ ସରକାର ଟଗ୍‌- ଅଫ୍‌- ଓ୍ବାର, ମାଲ୍ଲାଖମ୍ବ ଓ ପାରା- ସ୍ପୋଟର୍‌ସ ସହିତ ଅନ୍ୟ କ୍ରୀଡ଼ାକୁ ଗ୍ରୁପ୍‌ ସି’ ସ୍ତରର ଚାକିରି ପାଇଁ ବିଚାରକୁ ନେଇଛନ୍ତି। ଏ ସଂକ୍ରାନ୍ତରେ ମଙ୍ଗଳବାର ପର୍ସନାଲ ମିନିଷ୍ଟ୍ରି ତରଫରୁ ସୂଚନା ଦିଆଯାଇଛି। ଭାରତ ସରକାରଙ୍କ ମନ୍ତ୍ରଣାଳୟ ଓ ବିଭାଗରେ କ୍ରୀଡ଼ାବିତ୍‌ମାନଙ୍କୁ ଗ୍ରୁପ୍‌ ସି’ ପଦରେ ନିଯୁକ୍ତି ଦେବାକୁ କ୍ରୀଡ଼ା ବିଭାଗ ତରଫରୁ ଏ ନେଇ ୬୩ଟି କ୍ରୀଡ଼ାକୁ ସାମିଲ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ବର୍ତ୍ତମାନ ଏହି ପ୍ରସ୍ତାବକୁ ଗ୍ରହଣ କରାଯାଇଛି। ପୂର୍ବରୁ ୪୩ଟି ବର୍ଗ କ୍ରୀଡ଼ା ପାଇଁ ନିଯୁକ୍ତି ମିଳୁଥିଲା। ଏବେ ଆଉ ୨୦ଟି ବର୍ଗ ପାଇଁ କ୍ରୀଡ଼ାବିତ୍‌ମାନଙ୍କୁ ଚାକିରି କରିବାର ସୁଯୋଗ ମିଳିବ। ଏଗୁଡିକ ହେଲେ ବେସ୍‌ବଲ୍‌, ରଗ୍‌ବୀ, ବାସ୍କେଟବଲ, ଡିଫ୍‌ ସ୍ପୋଟର୍‌ସ, ଟଗ୍‌- ଅଫ୍‌- ଓ୍ବାର, ମାଲଖମ୍ବ ଓ ପାରା ସ୍ପୋଟର୍‌ସ। ପାରା ଅଲିମ୍ପିକ୍ସ ଓ ପାରା ଏସିଆ ଗେମ୍ସରେ ଭଲ ପ୍ରଦର୍ଶନ କରିଥିବା ଖେଳାଳିମାନେ ଏହି ତାଲିକାରେ ସାମିଲ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?