ରାଜ୍ୟ ବାହାରକୁ ଗଡ଼ିବ ଅଧିକ ଓଏସ୍‌ଆର୍‌ଟିସି ବସ୍‌

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ବାହାର ରାଜ୍ୟକୁ ଓଡିଶା ପରିବହନ ନିଗମ(ଓଏସଆର୍‌ଟିସି) ଗଡିବ। ଏଥିପାଇଁ କେତେ ରାଜ୍ୟ ଅନୁମତି ଦେଇଛନ୍ତି। ଆସନ୍ତା ୧୫ ଦିନ ମଧ୍ୟରେ ରିପୋର୍ଟ ଦେବା ପାଇଁ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓଏସ୍‌ଆରଟିସି ସିଏମ୍‌ଡିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଖାରବେଳ ଭବନସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ସମ୍ମିଳନୀ କକ୍ଷଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ମନ୍ତ୍ରୀ ଟୁକୁନି ସାହୁ ଅଧ୍ୟକ୍ଷତା କରି ଆନ୍ତଃରାଜ୍ୟ ବସ୍‌ ଚଳାଚଳ ପାଇଁ ଯେଉଁସବୁ ପ୍ରସ୍ତାବ ରହିଛି ସେସବୁକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହାସହ ରାଜ୍ୟରେ ଲୋକଙ୍କ ଚାହିଦା ଅନୁଯାୟୀ ଗମନାଗମନ ନିମନ୍ତେ ପରିବହନ ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱାରୋପ ଦେଇଛନ୍ତି କରି ଦକ୍ଷିଣାଞ୍ଚଳ ଓ ପଶ୍ଚିମାଞ୍ଚଳରେ ରାଜ୍ୟ ସଡ଼କ ପରିବହନ ପକ୍ଷରୁ ଅଧିକ ସଂଖ୍ୟକ ବସ ଚଳାଚଳ ଉପରେ ସେ ପ୍ରାଧାନ୍ୟ ଦେଇଛନ୍ତି। ଏହି କ୍ରମରେ ବିଭିନ୍ନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ନିମନ୍ତେ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ବ୍ୟତୀତ ରାଜ୍ୟର ଉତ୍ତରାଞ୍ଚଳ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ସମେତ ପୁରୀ ଜିଲାକୁ ମଧ୍ୟ ଦିନବେଳା ସରକାରୀ ବସ ଚଳାଚଳ ନେଇ ବୈଠକରେ ଆଲୋଚନା ହୋଇଛି। ଏହାଦ୍ୱାରା ରାଜ୍ୟର ଜନସାଧାରଣ ଗମନାଗମନ କ୍ଷେତ୍ରରେ ଅଧିକ ସୁବିଧା ପାଇପାରିବେ ବୋଲି ମନ୍ତ୍ରୀ ସାହୁ କହିଛନ୍ତି। ଓଏସ୍‌ଆରଟିସି ସିଏମ୍‌ଡି ଏକ ଟିମ୍‌ ନେଇ ବିଭିନ୍ନ ରାଜ୍ୟକୁ ଅନୁମତି ପାଇଁ ଯିବେ। ଯଦି ଅନୁମତି ମିଳିବ ତେବେ ରାଜ୍ୟର ଉପାନ୍ତ ଅଞ୍ଚଳରେ ସରକାରୀ ବସ୍‌ ଚାଲିବ। ବିଧାନସଭା ଚାଲିଥିବା ବେଳେ ଅନେକ ବିଧାୟକ ଏନେଇ ପ୍ରଶ୍ନ କରିଥିଲେ ଯେ, କେତେ ଓଏସ୍‌ଆରଟିସି ବସ୍‌ କିଣା ହୋଇଛି। କିଛି ବସ୍‌ ରାସ୍ତାରେ ଗଡିଥିବା ବେଳେ ଆଉ କିଛି ବସ୍‌ ଚାଲିନି। ଏନେଇ ଠୋସ୍‌ ପଦକ୍ଷେପ ନେବାକୁ ବିଧାୟକମାନେ ଦାବି କରିଥିଲେ। ଏହାକୁ ଦୃଷ୍ଟିରେ ରଖି ପଡୋଶୀ ରାଜ୍ୟକୁ ବସ୍‌ ଚଳାଇବାକୁ ସରକାର ନଷ୍ପତ୍ତି ନେବେ ବୋଲି ମନ୍ତ୍ରୀ କହିଛନ୍ତି। ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ପରିବହନ ଆୟୁକ୍ତ ଅରୁଣ ବୋଥ୍ରା, ଓଏସ୍‌ଆର୍‌ଟିସିର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଦୀପ୍ତେଶ ପଟ୍ଟନାୟକ ଏବଂ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri