Posted inଜାତୀୟ

ନାଦେଡ ହସ୍ପିଟାଲରେ ୪୮ ଘଣ୍ଟାରେ ୧୬ ଶିଶୁ ସମେତ ୩୧ ଜଣଙ୍କ ମୃତ୍ୟୁ

ମୁମ୍ବାଇ,୩।୧୦: ମହାରାଷ୍ଟ୍ରର ନାଦେଡ ସ୍ଥିତ ସରକାରୀ ଡାକ୍ତରଖାନାରେ ସୋମବାର ବିଳମ୍ବିତ ରାତିରେ ଆଉ ୭ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଚାରି ପିଲା ଥିବା କୁହାଯାଉଛି। ସୋମବାର ଖବର ଆସିଥିଲା ଯେ ୨୪ଘଣ୍ଟା ମଧ୍ୟରେ ଡାକ୍ତରଖାନାରେ ୨୪ଜଣଙ୍କର ମୃତ୍ୟୁ ଘଟିଛି। ୪୮ଘଣ୍ଟା ପରେ ଡାକ୍ଟର ଶଙ୍କର ରାଓ ଚାଭାନ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ମୃତ୍ୟୁ ସଂଖ୍ୟା ୩୧ କୁ ବୃଦ୍ଧି ପାଇଛି। ଏହି ୩୧ ରୋଗୀଙ୍କ ମଧ୍ୟରୁ ୧୬ଜଣ ଶିଶୁ ଥିଲେ। ସେବେଠାରୁ ରାଜ୍ୟରେ ଅସନ୍ତୋଷ ଦେଖାଦେଇଛି।

ମହାରାଷ୍ଟ୍ର ସ୍ବାସ୍ଥ୍ୟ ଓ ଶିକ୍ଷା ମନ୍ତ୍ରୀ ହସନ ମୁଶ୍ରିଫ କହିଛନ୍ତି ଯେ ଆମେ ପୁଙ୍ଖାନୁପୁଙ୍ଖ ତଦନ୍ତ କରିବୁ। ମୁଁ ଏ ସମ୍ପର୍କରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ସୂଚନା ଦେଇଛି। ମୁଁ ଡାକ୍ତରଖାନା ପରିଦର୍ଶନ କରିବି ଏବଂ ଡାକ୍ତରମାନଙ୍କର ଏକ କମିଟି ମଧ୍ୟ ଗଠନ କରାଯିବ।
ଡାକ୍ତରଖାନାର ଡିନ ଡାକ୍ଟର ଶ୍ୟାମରାଓ ୱାକୋଡେ ଡାକ୍ତରଖାନା ବିରୋଧରେ ଅବହେଳା ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି ଯେ ଡାକ୍ତରଖାନାରେ ଔଷଧର ଅଭାବ ନାହିଁ କିମ୍ବା ଡାକ୍ତରଙ୍କ ଅଭାବ ନାହିଁ। ସେ କହିଛନ୍ତି ଯେ ଉପଯୁକ୍ତ ଚିକିତ୍ସା ସତ୍ତ୍ୱେ ରୋଗୀ ଉପରେ ଚିକିତ୍ସାର କୌଣସି ପ୍ରଭାବ ପଡ଼ିଲା ନାହିଁ। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ଡିନ କହିଛନ୍ତି ଯେ ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୧ ମଧ୍ୟରେ ଜନ୍ମ ହୋଇଥିବା ୧୨ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି। ନବଜାତ ଶିଶୁମାନଙ୍କର ମୃତ୍ୟୁର କାରଣ ସମ୍ପର୍କରେ ସେ କହିଛନ୍ତି ଯେ ଏହି ସମସ୍ତ ଶିଶୁ ୦-୩ଦିନର ଏବଂ ସେମାନଙ୍କର ଓଜନ ମଧ୍ୟ ବହୁତ କମ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri