ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁକୁ ଲିଭାଇବା ପାଇଁ ସରକାର ଏବେ ତତ୍ପରତା ଦେଖାଉଛନ୍ତି। ପ୍ରତିଦିନ ଏନେଇ ସମୀକ୍ଷା ମଧ୍ୟ କରାଯାଉଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବନାଗ୍ନି ପରିସ୍ଥିତିର ସମୀକ୍ଷା କରି ଅଗ୍ନି ନିର୍ବାପନ କାର୍ଯ୍ୟରେ ଅଧିକ ଲୋକ ଓ ମେଶିନ ନିୟୋଜନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବ୍ୟାପୀ ବନାଗ୍ନି ନିର୍ବାପନ କାର୍ଯ୍ୟରେ ଓଡ୍ରାଫ୍କୁ ନିୟୋଜିତ କରିବା ପାଇଁ ନିର୍ଦ୍ଦେଶ ଦେବାର ଦିନକ ପରେ ଏହାକୁ କାର୍ଯ୍ୟକାରୀ କରାଯାଇଛି। ସାରା ରାଜ୍ୟରେ ବନାଗ୍ନିର ପ୍ରଶମନ ନିମନ୍ତେ ଓଡ୍ରାଫ୍ ଟିମ୍ ସହାୟତା ଯୋଗାଇବାକୁ ପଦକ୍ଷେପ ଗ୍ରହଣ କରିଛି। ଏହି ପରିପ୍ରେକ୍ଷୀରେ ଓଡ୍ରାଫ୍ ଟିମ୍ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପରେ ପହଞ୍ଚତ୍ ସାରିଛି।
ମଙ୍ଗଳବାର ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ରାଜ୍ୟର ସମସ୍ତ ଜିଲାର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ବନଖଣ୍ଡ ଅଧିକାରୀଙ୍କ ସହ ବନାଗ୍ନି ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତିି। ସମ୍ପୃକ୍ତ ଜିଲାସ୍ତରୀୟ ଅଧିକାରୀ ତଥା କର୍ମଚାରୀଙ୍କୁ ବନାଗ୍ନିର ବିସ୍ତାରକୁ ରୋକିବା ଓ ନିର୍ବାପନ ନିମନ୍ତେ ଉଦ୍ୟମ ଜାରି ରଖିବା ସହ ରାତ୍ରିକାଳୀନ ପାଟ୍ରୋଲିଂ ଜୋର୍ଦାର କରିବା ପାଇଁ ସେ କହିଛନ୍ତି। ଏଥିସହ ତୁରନ୍ତ ବନାଗ୍ନି ସତର୍କ ସୂଚନାଗୁଡ଼ିକୁ ତଦାରଖ କରି ପାହାଡ଼ ଅଞ୍ଚଳର ବନାଗ୍ନିକୁ ପ୍ରାଥମିକତା ଦେଇ ବିହୀତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରିସ୍ଥିତି ନିୟନ୍ତ୍ରଣ ଲାଗି ଭିଏସ୍ଏସ୍ଏନ୍/ଇଡିସିଗୁଡ଼ିକ ସମେତ ପିଆର୍ଆଇ ଅନୁଷ୍ଠାନର ସ୍ଥାନୀୟ କର୍ମକର୍ତ୍ତାଙ୍କୁ ମଧ୍ୟ ଏହି କାର୍ଯ୍ୟରେ ଜଡ଼ିତ କରିବାକୁ ପରାମର୍ଶ ଦେଇଛନ୍ତି।
ବନ ବିଭାଗ ସୂଚନାନୁସାରେ, ସାମ୍ପ୍ରତିକ ବନାଗ୍ନି ପରିସ୍ଥିତିକୁ ଅଧିକ ପ୍ରଭାବଶାଳୀ ଭାବେ ମୁକାବିଲା ତଥା ଫଳପ୍ରସୂ କରିବା ପାଇଁ ଅଧିକ ଲୋକ ଓ ଯାନ୍ତ୍ରିକ ବଳ ନିୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ସାରା ରାଜ୍ୟରେ ଅଧିକ ୧୦୦ଟି ଦଳକୁ ଆବଶ୍ୟକ ଅନୁଯାୟୀ ବିଭିନ୍ନ ସ୍ଥାନରେ ନିୟୋଜନ କରିବା ପାଇଁ ସ୍ଥିର କରାଯାଇଛି। ଏହାସହ ଅଧିକ ୭୦୦ଟି ବ୍ଲୋୟର ମେଶିନ ବନାଗ୍ନି ନିର୍ବାପନ କାର୍ଯ୍ୟରେ ଯଥାଶୀଘ୍ର ଲଗାଇବାର ବ୍ୟବସ୍ଥା କରାଯାଉଛି। ଜଙ୍ଗଲ ସଂଲଗ୍ନରେ ଥିବା ୩୦୦୦ ଗ୍ରାମକୁ ବନାଗ୍ନି ପ୍ରଶମନ ଓ ପ୍ରତିହତରେ ସହାୟତା ନିମନ୍ତେ ପ୍ରୋତ୍ସାହନ ଦେବାର ବ୍ୟବସ୍ଥା କରାଯାଉଛି। ସ୍ଥାନୀୟ ବନଖଣ୍ଡ ଅଧିକାରୀ ଓ କୃଷି ଅଧିକାରୀଙ୍କ ସହାୟତାରେ ଜଙ୍ଗଲ ସଂଲଗ୍ନ ଗ୍ରାମଗୁଡ଼ିକରେ କୃଷି ବର୍ଜ୍ୟବସ୍ତୁର ଅବହେଳିତ ଦହନର ନିରାକରଣ ନିମନ୍ତେ ପଦକ୍ଷେପ ନେବା ସହ ଆବଶ୍ୟକ ସ୍ଥଳେ ପାଣିଟାଙ୍କି ବ୍ୟବହାର କରି ବନାଗ୍ନିକୁ ଆୟତ୍ତ କରିବା ପାଇଁ ପଦକ୍ଷେପ ନିଆଯାଉଛି। କ୍ଷେତ୍ର କର୍ମଚାରୀଙ୍କର ସମୟୋପଯୋଗୀ ନିରନ୍ତର ପ୍ରଚେଷ୍ଟା ଫଳରେ ଗତ ଦୁଇ ଦିନରେ ଫାୟାର ପଏଣ୍ଟ ସଂଖ୍ୟା କମିଛି। ୭ ତାରିଖରେ ଫାୟାର ପଏଣ୍ଟ ସଂଖ୍ୟା ୬୨୫୮ ଥିବା ବେଳେ ୮ତାରିଖରେ ୩୨୫୮କୁ ହ୍ରାସ ପାଇଛି। ଗତ ୨୪ଘଣ୍ଟାର ରିର୍ପୋଟିଂ ଅବଧିରେ ଶତକଡ଼ା ୯୫ଭାଗରୁ ଅଧିକ ଫାୟାର ପଏଣ୍ଟର ବନାଗ୍ନିକୁ ନିର୍ବାପିତ କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।
ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…
ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…
ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…
ନକଲି ଫେସ୍ବୁକ୍ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ
ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…
ବାଇକ୍ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…
କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍ ଉପରେ ପଡ଼ିବା ସହ…
ଗୋଟିଏ ରୁମ୍ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…
ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…
ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…
ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…
ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା
ଭୁବନେଶ୍ୱର,୧୮ା୯(ସୁନିତ୍ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…
ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା
ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

