‘ଅଧିକ ଲୋକ, ମେଶିନ ନିୟୋଜନ କର’

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁକୁ ଲିଭାଇବା ପାଇଁ ସରକାର ଏବେ ତତ୍ପରତା ଦେଖାଉଛନ୍ତି। ପ୍ରତିଦିନ ଏନେଇ ସମୀକ୍ଷା ମଧ୍ୟ କରାଯାଉଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବନାଗ୍ନି ପରିସ୍ଥିତିର ସମୀକ୍ଷା କରି ଅଗ୍ନି ନିର୍ବାପନ କାର୍ଯ୍ୟରେ ଅଧିକ ଲୋକ ଓ ମେଶିନ ନିୟୋଜନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବ୍ୟାପୀ ବନାଗ୍ନି ନିର୍ବାପନ କାର୍ଯ୍ୟରେ ଓଡ୍ରାଫ୍‌କୁ ନିୟୋଜିତ କରିବା ପାଇଁ ନିର୍ଦ୍ଦେଶ ଦେବାର ଦିନକ ପରେ ଏହାକୁ କାର୍ଯ୍ୟକାରୀ କରାଯାଇଛି। ସାରା ରାଜ୍ୟରେ ବନାଗ୍ନିର ପ୍ରଶମନ ନିମନ୍ତେ ଓଡ୍ରାଫ୍‌ ଟିମ୍‌ ସହାୟତା ଯୋଗାଇବାକୁ ପଦକ୍ଷେପ ଗ୍ରହଣ କରିଛି। ଏହି ପରିପ୍ରେକ୍ଷୀରେ ଓଡ୍ରାଫ୍‌ ଟିମ୍‌ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପରେ ପହଞ୍ଚତ୍ ସାରିଛି।
ମଙ୍ଗଳବାର ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ରାଜ୍ୟର ସମସ୍ତ ଜିଲାର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ବନଖଣ୍ଡ ଅଧିକାରୀଙ୍କ ସହ ବନାଗ୍ନି ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତିି। ସମ୍ପୃକ୍ତ ଜିଲାସ୍ତରୀୟ ଅଧିକାରୀ ତଥା କର୍ମଚାରୀଙ୍କୁ ବନାଗ୍ନିର ବିସ୍ତାରକୁ ରୋକିବା ଓ ନିର୍ବାପନ ନିମନ୍ତେ ଉଦ୍ୟମ ଜାରି ରଖିବା ସହ ରାତ୍ରିକାଳୀନ ପାଟ୍ରୋଲିଂ ଜୋର୍‌ଦାର କରିବା ପାଇଁ ସେ କହିଛନ୍ତି। ଏଥିସହ ତୁରନ୍ତ ବନାଗ୍ନି ସତର୍କ ସୂଚନାଗୁଡ଼ିକୁ ତଦାରଖ କରି ପାହାଡ଼ ଅଞ୍ଚଳର ବନାଗ୍ନିକୁ ପ୍ରାଥମିକତା ଦେଇ ବିହୀତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରିସ୍ଥିତି ନିୟନ୍ତ୍ରଣ ଲାଗି ଭିଏସ୍‌ଏସ୍‌ଏନ୍‌/ଇଡିସିଗୁଡ଼ିକ ସମେତ ପିଆର୍‌ଆଇ ଅନୁଷ୍ଠାନର ସ୍ଥାନୀୟ କର୍ମକର୍ତ୍ତାଙ୍କୁ ମଧ୍ୟ ଏହି କାର୍ଯ୍ୟରେ ଜଡ଼ିତ କରିବାକୁ ପରାମର୍ଶ ଦେଇଛନ୍ତି।
ବନ ବିଭାଗ ସୂଚନାନୁସାରେ, ସାମ୍ପ୍ରତିକ ବନାଗ୍ନି ପରିସ୍ଥିତିକୁ ଅଧିକ ପ୍ରଭାବଶାଳୀ ଭାବେ ମୁକାବିଲା ତଥା ଫଳପ୍ରସୂ କରିବା ପାଇଁ ଅଧିକ ଲୋକ ଓ ଯାନ୍ତ୍ରିକ ବଳ ନିୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ସାରା ରାଜ୍ୟରେ ଅଧିକ ୧୦୦ଟି ଦଳକୁ ଆବଶ୍ୟକ ଅନୁଯାୟୀ ବିଭିନ୍ନ ସ୍ଥାନରେ ନିୟୋଜନ କରିବା ପାଇଁ ସ୍ଥିର କରାଯାଇଛି। ଏହାସହ ଅଧିକ ୭୦୦ଟି ବ୍ଲୋୟର ମେଶିନ ବନାଗ୍ନି ନିର୍ବାପନ କାର୍ଯ୍ୟରେ ଯଥାଶୀଘ୍ର ଲଗାଇବାର ବ୍ୟବସ୍ଥା କରାଯାଉଛି। ଜଙ୍ଗଲ ସଂଲଗ୍ନରେ ଥିବା ୩୦୦୦ ଗ୍ରାମକୁ ବନାଗ୍ନି ପ୍ରଶମନ ଓ ପ୍ରତିହତରେ ସହାୟତା ନିମନ୍ତେ ପ୍ରୋତ୍ସାହନ ଦେବାର ବ୍ୟବସ୍ଥା କରାଯାଉଛି। ସ୍ଥାନୀୟ ବନଖଣ୍ଡ ଅଧିକାରୀ ଓ କୃଷି ଅଧିକାରୀଙ୍କ ସହାୟତାରେ ଜଙ୍ଗଲ ସଂଲଗ୍ନ ଗ୍ରାମଗୁଡ଼ିକରେ କୃଷି ବର୍ଜ୍ୟବସ୍ତୁର ଅବହେଳିତ ଦହନର ନିରାକରଣ ନିମନ୍ତେ ପଦକ୍ଷେପ ନେବା ସହ ଆବଶ୍ୟକ ସ୍ଥଳେ ପାଣିଟାଙ୍କି ବ୍ୟବହାର କରି ବନାଗ୍ନିକୁ ଆୟତ୍ତ କରିବା ପାଇଁ ପଦକ୍ଷେପ ନିଆଯାଉଛି। କ୍ଷେତ୍ର କର୍ମଚାରୀଙ୍କର ସମୟୋପଯୋଗୀ ନିରନ୍ତର ପ୍ରଚେଷ୍ଟା ଫଳରେ ଗତ ଦୁଇ ଦିନରେ ଫାୟାର ପଏଣ୍ଟ ସଂଖ୍ୟା କମିଛି। ୭ ତାରିଖରେ ଫାୟାର ପଏଣ୍ଟ ସଂଖ୍ୟା ୬୨୫୮ ଥିବା ବେଳେ ୮ତାରିଖରେ ୩୨୫୮କୁ ହ୍ରାସ ପାଇଛି। ଗତ ୨୪ଘଣ୍ଟାର ରିର୍ପୋଟିଂ ଅବଧିରେ ଶତକଡ଼ା ୯୫ଭାଗରୁ ଅଧିକ ଫାୟାର ପଏଣ୍ଟର ବନାଗ୍ନିକୁ ନିର୍ବାପିତ କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri