ବାୟୁ ଚଳାଚଳ କରୁ ନ ଥିବା ହସ୍ପିଟାଲରେ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଜେନେଭା,୧୧।୭: ପାଖାପାଖି ୩୨ ଦେଶର ୨୩୯ ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଗବେଷଣାରୁ ଜଣାପଡିଥିଲା କି ବାୟୁ ଦ୍ୱାରା କରୋନା ସଂକ୍ରମଣ ହୋଇପାରେ। ପ୍ରଥମେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଏହାକୁ ଅସ୍ବୀକାର କରୁଥିବା ବେଳେ ପରେ କିନ୍ତୁ ଏହାକୁ ମାନି ନେଇଥିଲା। ଏହାପରେ ଗୁରୁବାର ଡବ୍ଲୁଏଚ୍‌ଓ କହିଛି ଯେଉଁ ହସ୍ପିଟାଲରେ କରୋନା ରୋଗୀଙ୍କ ଚିକିତ୍ସା କରାଯାଉଛି ସେଠାରେ ଯଦି ଠିକ୍‌ ଭାବେ ବାୟୁ ଚଳାଚଳ ନ କରୁଛି ତେବେ ସେଠାରେ କରୋନା ଭାଇରସ ସଂକ୍ରମଣର ଆଶଙ୍କା ବୃଦ୍ଧି ପାଇଥାଏ। ଡବ୍ଲୁଏଚ୍‌ଓର ସୂଚନା ଅନୁଯାୟୀ, ରୋଗୀଙ୍କ ଚିକିତ୍ସା ସମୟରେ ଅନେକ ଛୋଟ ଛୋଟ ଡ୍ରପଲେଟ୍ସ ଏରୋସ୍ପେସ ରୂପରେ ବାୟୁରେ ରହିଯାଇଥାଆନ୍ତି। ବିଶେଷକରି ହସ୍ପିଟାଲ ପରିସରର ଯେଉଁ ସ୍ଥାନରେ ବାୟୁ ଚଳାଚଳ ନ କରୁଛି ସେଠାରେ ଏହା ଘଣ୍ଟା ଘଣ୍ଟା ଧରି ରହିଯାଇଥାଏ। ତେଣୁ ସେହି ସ୍ଥାନଦେଇ ଯାତାୟତ କରୁଥିବା ଲୋକଙ୍କୁ ଏହା ସଂକ୍ରମଣ କରିବାର ସମ୍ଭାବନା ଅଧିକ ଥାଏ। ତେଣୁ ସଂକ୍ରମଣରୁ ଦୂରେଇ ରହିବାକୁ ହସ୍ପିଟାଲ ପରିସରକୁ ଯାଇଥିବା ବ୍ୟକ୍ତି ତଥା ସ୍ବାସ୍ଥ୍ୟକର୍ମୀ ମାସ୍କ ପିନ୍ଧିବା ସହ ବାରମ୍ବାର ହାତ ଧୋଇବାକୁ କୁହାଯାଇଛି। ପରସ୍ପର ମଧ୍ୟରେ ଅତିକମ୍‌ରେ ୩ ଫୁଟର ଦୂରତା ରଖିବାକୁ ମଧ୍ୟ କୁହାଯାଇଛି। ଏହାସହ ଭିଡ ସ୍ଥାନକୁ ନ ଯିବା, ବଜାର ଯାଉଥିଲେ ବାରମ୍ବାର ହାତକୁ ସାନିଟାଇଜ କରିବା, ମୁହଁରେ ହାତ ନ ମାରିବା ଓ ଘରେ ବାୟୁ ଚଳାଚଳ ଉପରେ ବିଶେଷ ଧ୍ୟାନ ଦେଲେ କରୋନା ସଂକ୍ରମଣକୁ ଏହାଇ ଦେଇହେବ ବୋଲି କହିଛି ଡବ୍ଲୁଏଚ୍‌ଓ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri