ଆହୁରି ଢାଳିବ ବର୍ଷା: ଅବପାତ ରୂପ ନେଲା ଲଘୁଚାପ, ଏସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧।୧୦: ମଙ୍ଗଳବାର ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଅବପାତରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ୨ ଅକ୍ଟୋବର ସକାଳେ ଗଭୀର ଅବପାତରେ ପରିଣତ ହେବ। ୩ ଅକ୍ଟୋବର ସକାଳେ ଏହା ପାରାଦୀପ-ଗୋପାଳପୁର ମଧ୍ୟ ଦେଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରାପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ୩ ଅକ୍ଟୋବରରେ ପୁରୀ, ଗଞ୍ଜାମ୍‌, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭-୧୧ ସେ.ମି. ଅଧିକ) ହେବାର ଆଶଙ୍କା ରହିଛି। ଏହା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାକୁ ମଧ୍ୟ ପ୍ରଭାବିତ କରିପାରେ।

ଆଇଏମ୍‌ଡିର ଭୁବନେଶ୍ୱର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, “ଏହି ଅବପାତ ଦୁର୍ଗାପୂଜା ଓ ଦଶହରା ପାର୍ବଣକୁ ପ୍ରଭାବିତ କରିପାରେ। ୧ ଅକ୍ଟୋବରରୁ ଶୁକ୍ରବାର-ଶନିବାର ସୁଦ୍ଧା ପ୍ରବଳ ବର୍ଷା ଓ ଘଡଘଡି ନେଇ ଓଡ଼ିଶାରେ ଅଲର୍ଟ୍‌ ଜାରି କରାଯାଇଛି।” ଏହା ପୂର୍ବରୁ ୨୭ ସେପ୍ଟେମ୍ବରରେ ମଧ୍ୟ ଏକ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟରେ ବର୍ଷା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି,…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ବ୍ଲକ୍‌ରେ ନାହିଁ ଶିଶୁଉଦ୍ୟାନ, ଖେଳପଡ଼ିଆ, ପଠାଗାର ଶିଶୁ, ଯୁବଗୋଷ୍ଠୀଙ୍କ ମାନସିକ ଓ ଶାରିରୀକ ବିକାଶରେ ବାଧା

ନନ୍ଦପୁର,୧୬ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୩ ପଞ୍ଚାୟତବାସୀ, ଶିଶୁ, କିଶୋର, ମହିଳା, ଯୁବଗୋଷ୍ଠୀ ଓ ବୃଦ୍ଧାବୃଦ୍ଧଙ୍କ ପାଇଁ କୌଣସି ଚିତ୍ତ ବିନୋଦନର…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି।…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର):  କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ  ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri