ଜୁନ୍‌ରେ ଅଧିକ ବର୍ଷା

ଭୁବନେଶ୍ୱର,୧ା୬(ବ୍ୟୁରୋ): ଚଳିତ ବର୍ଷ ଜୁନ୍‌ ମାସରେ ଓଡ଼ିଶାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏଭଳି ଅନୁମାନ କରିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଓଡ଼ିଶାରେ କେତେ ବର୍ଷା ହେବ ସେ ନେଇ ଏକ ମିଶ୍ରିତ ଆକଳନ କରାଯାଇଛି। ମୌସୁମୀ ଋତୁରେ ରାଜ୍ୟର କିଛି ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ସ୍ବାଭାବିକ ବର୍ଷା ହେବ। କିନ୍ତୁ ଆଉ କିଛି ସ୍ଥାନରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବ। ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବାର ସମ୍ଭାବନା ରହିଛି। ଜୁଲାଇରେ ଓଡ଼ିଶାରେ କେତେ ବର୍ଷା ହେବ ତା’ର ଆକଳନ ଜୁନ୍‌ ମାସ ଶେଷ ଆଡ଼କୁ କରାଯିବ। ସେହିପରି ଅଗଷ୍ଟ ମାସରେ କେତେ ବର୍ଷା ହେବ ତା’ର ପୂର୍ବାନୁମାନ ଜୁଲାଇ ଶେଷରେ କରାଯିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ମହାପାତ୍ର କହିଛନ୍ତି ଯେ, ଜୁନ୍‌ରେ ସମଗ୍ର ଦେଶରେ ବର୍ଷା ସ୍ବାଭାବିକ ରହିବ। ତେବେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇପାରେ। ସେହିପରି ତାମିଲନାଡୁ, କେରଳ ଓ କର୍ନାଟକର ଦକ୍ଷିଣ ଭାଗରେ ଜୁନ୍‌ ମାସରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବାର ସମ୍ଭାବନା ରହିଛି। ଚଳିତ ବର୍ଷ ସ୍ବାଭାବିକ ସମୟର ୩ ଦିନ ପୂର୍ବରୁ କେରଳ ଛୁଇଁଥିଲା ମୌସୁମୀ ବାୟୁ। ମୌସୁମୀ ବାୟୁ କେରଳର ସମସ୍ତ ଅଞ୍ଚଳରେ ପହଞ୍ଚି ସାରିଥିବା ବେଳେ କର୍ନାଟକର କିଛି ଅଞ୍ଚଳ ଓ ତାମିଲନାଡୁର ଅଧିକାଂଶ ଅଞ୍ଚଳରେ ପ୍ରବେଶ କରିସାରିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଏହା ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଅରୁଣାଚଳ ପ୍ରଦେଶ ଓ ସିକ୍କିମ ମଧ୍ୟରେ ପ୍ରବେଶ କରିବ। ସେହିପରି କର୍ନାଟକର ଅଧିକାଂଶ ଅଂଶ ଓ ତାମିଲନାଡୁର ସମ୍ପୂର୍ଣ୍ଣ ଭାଗକୁ ୨ରୁ୩ ଦିନ ମଧ୍ୟରେ ଏହା ଅଗ୍ରସର ହେବ। ଏହା ପରେ ମୌସୁମୀ ବାୟୁ ପୂର୍ବ ଓ କେନ୍ଦ୍ର ଭାରତରେ ପ୍ରବେଶ କରିବାକୁ ପାଗ ଅନୁକୂଳ ରହିବ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ତେବେ ମୌସୁମୀ କେବେ ଓଡ଼ିଶାରେ ପହଞ୍ଚିବ ସେ ନେଇ କିଛି ପୂର୍ବାନୁମାନ କରାଯାଇନାହିଁ ।
ମୌସୁମୀ ବାୟୁ ସାଧାରଣତଃ ଓଡ଼ିଶାରେ ଜୁନ୍‌ ୧୦ରୁ ୧୨ ମଧ୍ୟରେ ପ୍ରବେଶ କରିଥାଏ। ଚଳିତ ବର୍ଷ ଆଗୁଆ ପ୍ରବେଶ କରିବ ବୋଲି ଆଇଏମ୍‌ଡି ପୂର୍ବାନୁମାନ କରିଥିଲା। ହେଲେ ଏ ପର୍ଯ୍ୟନ୍ତ ପାଗ ଅନୁକୂଳ ହୋଇନାହିଁ। ଆସନ୍ତା ୭ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏଥିଯୋଗୁ ତାମିଲନାଡୁ ଏବଂ ଆନ୍ଧ୍ର ପ୍ରଦେଶରେ ବର୍ଷା ହୋଇପାରେ। ଏଥିସହିତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।
ଅନ୍ୟପକ୍ଷରେ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ପାରଦ ୪୪ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି। ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବାଧିକ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୩, ବଲାଙ୍ଗୀରରେ ୪୩.୫, ଟିଟିଲାଗଡ଼ରେ ୪୩.୨, ବୌଦ୍ଧରେ ୪୨.୫, ବରଗଡ଼ରେ ୪୨.୫, ଢେଙ୍କାନାଳରେ ୪୦.୩, ପାରଳାଖେମୁଣ୍ଡିରେ ୪୧.୫, ମାଲକାନଗିରିରେ ୪୧, ତାଳଚେରରେ ୪୦.୪, ଅନୁଗୋଳରେ ୪୧.୭, ବାରିପଦାରେ ୪୧.୬, ଝାରସୁଗୁଡ଼ାରେ ୪୨.୪, କେନ୍ଦୁଝରରେ ୪୦, ସୁନ୍ଦରଗଡ଼ରେ ୪୦, ହୀରାକୁଦରେ ୪୧.୯ ଏବଂ ଭବାନୀପାଟଣାରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୮ ତାରିଖ ଯାଏ ସମଗ୍ର ରାଜ୍ୟରେ ପ୍ରଚଣ୍ଡ ଗରମ, ଗୁଳୁଗୁଳ ଜାରି ରହିବ। ତେବେ ଏହି ସମୟ ମଧ୍ୟରେ କେତେକ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ସେହିପରି ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାର କେତେକ ସ୍ଥାନରେ ବର୍ଷା ହୋଇପାରେ। ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri