ଜୁନ୍‌ରେ ଅଧିକ ବର୍ଷା

ଭୁବନେଶ୍ୱର,୧ା୬(ବ୍ୟୁରୋ): ଚଳିତ ବର୍ଷ ଜୁନ୍‌ ମାସରେ ଓଡ଼ିଶାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏଭଳି ଅନୁମାନ କରିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଓଡ଼ିଶାରେ କେତେ ବର୍ଷା ହେବ ସେ ନେଇ ଏକ ମିଶ୍ରିତ ଆକଳନ କରାଯାଇଛି। ମୌସୁମୀ ଋତୁରେ ରାଜ୍ୟର କିଛି ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ସ୍ବାଭାବିକ ବର୍ଷା ହେବ। କିନ୍ତୁ ଆଉ କିଛି ସ୍ଥାନରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବ। ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବାର ସମ୍ଭାବନା ରହିଛି। ଜୁଲାଇରେ ଓଡ଼ିଶାରେ କେତେ ବର୍ଷା ହେବ ତା’ର ଆକଳନ ଜୁନ୍‌ ମାସ ଶେଷ ଆଡ଼କୁ କରାଯିବ। ସେହିପରି ଅଗଷ୍ଟ ମାସରେ କେତେ ବର୍ଷା ହେବ ତା’ର ପୂର୍ବାନୁମାନ ଜୁଲାଇ ଶେଷରେ କରାଯିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ମହାପାତ୍ର କହିଛନ୍ତି ଯେ, ଜୁନ୍‌ରେ ସମଗ୍ର ଦେଶରେ ବର୍ଷା ସ୍ବାଭାବିକ ରହିବ। ତେବେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇପାରେ। ସେହିପରି ତାମିଲନାଡୁ, କେରଳ ଓ କର୍ନାଟକର ଦକ୍ଷିଣ ଭାଗରେ ଜୁନ୍‌ ମାସରେ ସ୍ବାଭାବିକଠାରୁ କମ୍‌ ବର୍ଷା ହେବାର ସମ୍ଭାବନା ରହିଛି। ଚଳିତ ବର୍ଷ ସ୍ବାଭାବିକ ସମୟର ୩ ଦିନ ପୂର୍ବରୁ କେରଳ ଛୁଇଁଥିଲା ମୌସୁମୀ ବାୟୁ। ମୌସୁମୀ ବାୟୁ କେରଳର ସମସ୍ତ ଅଞ୍ଚଳରେ ପହଞ୍ଚି ସାରିଥିବା ବେଳେ କର୍ନାଟକର କିଛି ଅଞ୍ଚଳ ଓ ତାମିଲନାଡୁର ଅଧିକାଂଶ ଅଞ୍ଚଳରେ ପ୍ରବେଶ କରିସାରିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଏହା ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଅରୁଣାଚଳ ପ୍ରଦେଶ ଓ ସିକ୍କିମ ମଧ୍ୟରେ ପ୍ରବେଶ କରିବ। ସେହିପରି କର୍ନାଟକର ଅଧିକାଂଶ ଅଂଶ ଓ ତାମିଲନାଡୁର ସମ୍ପୂର୍ଣ୍ଣ ଭାଗକୁ ୨ରୁ୩ ଦିନ ମଧ୍ୟରେ ଏହା ଅଗ୍ରସର ହେବ। ଏହା ପରେ ମୌସୁମୀ ବାୟୁ ପୂର୍ବ ଓ କେନ୍ଦ୍ର ଭାରତରେ ପ୍ରବେଶ କରିବାକୁ ପାଗ ଅନୁକୂଳ ରହିବ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ତେବେ ମୌସୁମୀ କେବେ ଓଡ଼ିଶାରେ ପହଞ୍ଚିବ ସେ ନେଇ କିଛି ପୂର୍ବାନୁମାନ କରାଯାଇନାହିଁ ।
ମୌସୁମୀ ବାୟୁ ସାଧାରଣତଃ ଓଡ଼ିଶାରେ ଜୁନ୍‌ ୧୦ରୁ ୧୨ ମଧ୍ୟରେ ପ୍ରବେଶ କରିଥାଏ। ଚଳିତ ବର୍ଷ ଆଗୁଆ ପ୍ରବେଶ କରିବ ବୋଲି ଆଇଏମ୍‌ଡି ପୂର୍ବାନୁମାନ କରିଥିଲା। ହେଲେ ଏ ପର୍ଯ୍ୟନ୍ତ ପାଗ ଅନୁକୂଳ ହୋଇନାହିଁ। ଆସନ୍ତା ୭ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏଥିଯୋଗୁ ତାମିଲନାଡୁ ଏବଂ ଆନ୍ଧ୍ର ପ୍ରଦେଶରେ ବର୍ଷା ହୋଇପାରେ। ଏଥିସହିତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।
ଅନ୍ୟପକ୍ଷରେ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ପାରଦ ୪୪ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି। ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସୋନପୁରରେ ସର୍ବାଧିକ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୩, ବଲାଙ୍ଗୀରରେ ୪୩.୫, ଟିଟିଲାଗଡ଼ରେ ୪୩.୨, ବୌଦ୍ଧରେ ୪୨.୫, ବରଗଡ଼ରେ ୪୨.୫, ଢେଙ୍କାନାଳରେ ୪୦.୩, ପାରଳାଖେମୁଣ୍ଡିରେ ୪୧.୫, ମାଲକାନଗିରିରେ ୪୧, ତାଳଚେରରେ ୪୦.୪, ଅନୁଗୋଳରେ ୪୧.୭, ବାରିପଦାରେ ୪୧.୬, ଝାରସୁଗୁଡ଼ାରେ ୪୨.୪, କେନ୍ଦୁଝରରେ ୪୦, ସୁନ୍ଦରଗଡ଼ରେ ୪୦, ହୀରାକୁଦରେ ୪୧.୯ ଏବଂ ଭବାନୀପାଟଣାରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୮ ତାରିଖ ଯାଏ ସମଗ୍ର ରାଜ୍ୟରେ ପ୍ରଚଣ୍ଡ ଗରମ, ଗୁଳୁଗୁଳ ଜାରି ରହିବ। ତେବେ ଏହି ସମୟ ମଧ୍ୟରେ କେତେକ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ସେହିପରି ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାର କେତେକ ସ୍ଥାନରେ ବର୍ଷା ହୋଇପାରେ। ଏ ନେଇ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri