ଘରେ ଓମିକ୍ରନ୍‌ ସଂକ୍ରମଣର ଅଧିକ ଆଶଙ୍କା…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ସଂକ୍ରମଣ ବଢ଼ିବାରେ ଲାଗିଛି। ତେବେ ବାହାର ତୁଳନାରେ ଘରେ ଓମିକ୍ରନ୍‌ ସଂକ୍ରମଣର ଅଧିକ ବିପଦ ରହିଛି। ଏଣୁ ଘର ମଧ୍ୟ ସୁରକ୍ଷିତ ନୁହେଁ। ଭାରତର କୋଭିଡ୍‌-୧୯ ଟାସ୍କଫୋର୍ସର ମୁଖ୍ୟ ଡାକ୍ତର ଭି.କେ ପାଲ ଚେତାବନୀ ଦେଇଛନ୍ତି ଯେ ଡେଲଟା ଅପେକ୍ଷା ଓମିକ୍ରନ ଯୋଗୁ ଘରେ ସଂକ୍ରମଣ ହେବାର ଆଶଙ୍କା ଅଧିକ। ଏହା ସ୍ପଷ୍ଟ ଯେ ଡେଲଟା ତୁଳନାରେ ଓମିକ୍ରନ ଭାରିଆଣ୍ଟ୍‌ ଅତ୍ୟଧିକ ଟ୍ରାନ୍ସମିସିବଲ ହୋଇଥିବାରୁ ଏହା ଘରେ ବ୍ୟାପିବା ଆଶଙ୍କ ବେଶି ରହିଛି।

ପାଲ କହିଛନ୍ତି, ଯେଉଁ ବ୍ୟକ୍ତି ବାହାରେ ମାସ୍କ ପିନ୍ଧନ୍ତି ନାହିଁ ତାଙ୍କୁ ଓମିକ୍ରନ୍‌ ସଂକ୍ରମଣର ଅଧିକ ଆଶଙ୍କା ରହିଥାଏ। ଏଭଳି ଆକ୍ରାନ୍ତ ଘରେ ଅନ୍ୟମାନଙ୍କୁ ସଂକ୍ରମିତ କରିବାର ଆଶଙ୍କା ଅଛି। ଆଗାମୀ ଦିନରେ ପର୍ବପର୍ବାଣୀ ଏବଂ ନୂଆ ବର୍ଷ ବି ଆସୁଛି। ତେଣୁ, ମାସ୍କ ପିନ୍ଧିବା, ହାତକୁ ସଫା ରଖିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରରେ ରହିବା ଏବଂ ଅନାବଶ୍ୟକ ଯାତ୍ରା ନ କରିବା ଭଳି ଦାୟିତ୍ୱପୂର୍ଣ୍ଣ ଆଚରଣ ଗ୍ରହଣ କରିବାର ଆବଶ୍ୟକତା ଅଛି।

ନିରନ୍ତର ସଜାଗ ଏବଂ ସଚେତନ ରହିବାର ଆବଶ୍ୟକତା ରହିଛି। ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ପ୍ରତିରୋଧ ଏବଂ ତଦାରଖ ରଣନୀତି ଅପରିହାର୍ଯ୍ୟ। ଦେଶରେ ଟିକାକରଣ ଜାରି ରହିଲେ ମଧ୍ୟ ଏହା ମହାମାରୀକୁ ରୋକିବା ପାଇଁ ଯଥେଷ୍ଟ ନୁହେଁ।

ପାଲ କହିଛନ୍ତି ଯେ ଡାଇଗ୍ନୋଷ୍ଟିକ ଲକ୍ଷଣଗୁଡିକର ବିଶ୍ଳେଷଣ ମଧ୍ୟ ଦର୍ଶାଉଛି ଯେ ୭୦ ପ୍ରତିଶତ ଆକ୍ରାନ୍ତଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନାହିଁ। ତେଣୁ ସରକାର ଉପଯୋଗୀ ରଣନୀତି ଜାରି ରଖିବା ସହିତ ଟିକାକରଣକୁ ତ୍ୱରାନ୍ବିତ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?