୧.୨୩ କୋଟି ଟପିଲା ସଂକ୍ରମଣ

ନୂଆଦିଲ୍ଲୀ, ୪।୪: ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। କ୍ରମାଗତ ୨୪ ଦିନ ହେଲା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୯,୧୨୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୭୧୪ ଜଣଙ୍କ ଜୀବନ ଯାଇଛି। ଗତ ସାଢ଼େ ୬ ମାସ ମଧ୍ୟରେ ଏହା ସର୍ବାଧିକ ଦୈନିକ ସଂକ୍ରମଣ। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧.୨୩ କୋଟି ଅତିକ୍ରମ କରିଥିବା ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି। ଦୈନିକ ସଂକ୍ରମଣର ୮୧.୪୨ ପ୍ରତିଶତ କେବଳ ୮ଟି ରାଜ୍ୟରେ ଦେଖିତ୍ବାକୁ ମିଳିଛି। ସେହି ରାଜ୍ୟଗୁଡ଼ିକ ହେଲେ ମହାରାଷ୍ଟ୍ର, କର୍ନାଟକ, ଛତିଶଗଡ଼, ଦିଲ୍ଲୀ, ତାମିଲନାଡୁ, ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ମଧ୍ୟପ୍ରଦେଶ।
ଭାରତରେ ମୋଟ ସକ୍ରିୟ ମାମଲା ସଂଖ୍ୟା ୬,୫୮,୯୦୯କୁ ବୃଦ୍ଧି ପାଇଛି, ଯାହା କି ମୋଟ ସଂକ୍ରମଣର ୫.୩୨ ପ୍ରତିଶତ। ଦିନକରେ ସକ୍ରିୟ ମାମଲା ସଂଖ୍ୟା ୪୪,୨୧୩ ବୃଦ୍ଧି ପାଇଛି। ମୋଟ ସକ୍ରିୟ ମାମଲାର ୫୦ ପ୍ରତିଶତ ୧୦ଟି ଜିଲା ପୁଣେ, ମୁମ୍ବାଇ, ନାଗପୁର, ଠାଣେ, ନାସିକ, ବେଙ୍ଗାଲୁରୁ ଅର୍ବାନ, ଔରଙ୍ଗାବାଦ, ଦିଲ୍ଲୀ, ଅହମଦନଗର ଏବଂ ନାନ୍ଦେଦ୍‌ରେ ରହିଛି। ଗତ ଦୁଇ ମାସରେ ମହାରାଷ୍ଟ୍ରରେ ସକ୍ରିୟ ମାମଲା ୯ ଗୁଣ ବୃଦ୍ଧି ହୋଇଛି।
ଶନିବାର ୭୧୪ ଜଣଙ୍କ ମୃତ୍ୟୁ ପରେ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା୧,୬୪,୧୧୦ ହୋଇଛି। ଅକ୍ଟୋବର ୨୧ ପରେ ଶନିବାର କରୋନାରେ ସର୍ବାଧିକ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ ଶନିବାର ସର୍ବାଧିକ ୪୭,୯୧୩ ଜଣ ସଂକ୍ରମିତ ହୋଇଥିବାବେଳେ କର୍ନାଟକରେ ୪,୯୯୧, ଛତିଶଗଡ଼ରେ ୪,୧୭୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତବର୍ଷ ସେପ୍ଟେମ୍ବର ୨୦ରେ ଦୈନିକ ସଂକ୍ରମଣ ୯୨,୬୦୫ ରହିଥିଲା।
୧୨ଟି ରାଜ୍ୟରେ ସଂକ୍ରମଣ ଅତ୍ୟଧିକ ବୃଦ୍ଧି ପାଉଥିବା ବେଳେ ଶୁକ୍ରବାର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ ଏବଂ ସ୍ବାସ୍ଥ୍ୟ ସଚିବମାନେ ଯୋଗଦେଇଥିଲେ। ବୈଠକରେ ଗତ ଦୁଇ ସପ୍ତାହ ମଧ୍ୟରେ ଦୈନିକ ସଂକ୍ରମଣ ଅତ୍ୟଧିକ ବୃଦ୍ଧି ପାଇଥିବା ରାଜ୍ୟଗୁଡ଼ିକ ଉପରେ ଫୋକସ୍‌ କରାଯାଇଥିଲା। ଅତ୍ୟନ୍ତ ଉଦ୍‌ବେଗଜନକ ସ୍ଥିତିରେ ଥିବା ଏହି ରାଜ୍ୟଗୁଡ଼ିକରେ ତୁରନ୍ତ କୋଭିଡ୍‌ ପରୀକ୍ଷା ବଢ଼ାଇବା, କଣ୍ଟେନମେଣ୍ଟକୁ କଡ଼ାକଡ଼ି କରିବା, କଣ୍ଟାକ୍ଟ ଟ୍ରେସିଂକୁ ତ୍ୱରାନ୍ବିତ କରିବା ସହ କୋଭିଡ୍‌ ନିୟମାବଳୀ ପାଳନ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଥିଲା।
ସଂକ୍ରମଣ ରୋକିବା ଲାଗି ଟିକାକରଣ ବଢ଼ାଇବା ଉପରେ ଗୁରୁତ୍ୱ ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୭.୩ କୋଟିରୁ ଊର୍ଦ୍ଧ୍ୱ ଟିକା ଦିଆଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri