Posted inଜାତୀୟ

କରୋନା ସଙ୍କଟରେ ଦେଶକୁ ଫେରିଛନ୍ତି ୧୪ ଲକ୍ଷରୁ ଅଧିକ ଭାରତୀୟ

ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବା ସମୟରେ ୧୪ ଲକ୍ଷରୁ ଅଧିକ ଭାରତୀୟ ସ୍ବଦେଶ ଫେରିଛନ୍ତି। ଗୁରୁବାର ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି.ମୂରଲୀଧରନ ଏସମ୍ପର୍କରେ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସେ ଏହା କହିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ବନ୍ଦେ ଭାରତ ମିଶନ ଅନ୍ତର୍ଗତ ସେମାନଙ୍କୁ ପୃଥିବୀର ବିଭିନ୍ନ ଦେଶରୁ ୧୪ ଲକ୍ଷ ୧୨ ହଜାର ୮୩୫ ଜଣ ଭାରତୀୟଙ୍କୁ ଫେରାଇ ଅଣାଯାଇଥିଲା। ସେମାନଙ୍କ ମଧ୍ୟରେ ୫୬ ହଜାର ୮୭୪ ଜଣ ଛାତ୍ରୀଛାତ୍ର ଥିଲେ ବୋଲି ସେ କହିଛନ୍ତି। ସ୍ବଦେଶ ଫେରିଥିବା ଭାରତୀୟଙ୍କ ମଧ୍ୟରେ ୩ ହଜାର ୨୪୮ ଜଣ କରୋନାରେ ଆକ୍ରାନ୍ତ ଥିବା ମୂରଲୀଧରନ କହିଛନ୍ତି। ସେହିପରି କରୋନା ମହାମାରୀ ସମୟରେ ଅସୁବିଧାରେ ଥିବା ୬୨ ହଜାର ଭାରତୀୟଙ୍କୁ ଇଣ୍ଡିଆନ୍‌ କମ୍ୟୁନିଟି ଓ୍ବେଲଫେୟାର ଫଣ୍ଡ ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଇଥିବା ସେ ପ୍ରକାଶ କରିଛନ୍ତି। ଜାତିସଂଘ ସୁରକ୍ଷା ପରିଷଦରେ ଭାରତ ସ୍ଥାୟୀ ସଦସ୍ୟତା ପାଇଁ କିଭଳି ଉଦ୍ୟମ ଜାରି ରଖିଛି ବୋଲି ପଚରା ଯାଇଥିବା ଏକ ଅଣ-ତାରକା ପ୍ରଶ୍ନର ଉତ୍ତରରେ ମୂରଲୀଧରନ କହିଛନ୍ତି ଯେ, ଅନ୍ୟ ସଦସ୍ୟଙ୍କ ସମର୍ଥନ ଯୋଗାଡ଼ କରିବାକୁ ଭାରତ ପ୍ରୟାସ କରୁଛି। ଏନେଇ ଦୁଇ ତୃତୀୟାଂଶ ସଦସ୍ୟଙ୍କୁ ଅନୁମୋଦନ ଆବଶ୍ୟକତା ଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri