ଦେଢ଼ କୋଟିରୁ ଅଧିକ ଲୋକ ଖାଇବେ କୃମି ଔଷଧ

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ): ଓଡିଶାକୁ କୃମିମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି। ମହିଳା ଓ ଶିଶୁଙ୍କ ଉନ୍ନତ ସ୍ବାସ୍ଥ୍ୟ, ଠିକ ପୋଷଣ, ଉତ୍ତମ ଶାରୀରିକ ଏବଂ ମାନସିକ ବିକାଶ ପାଇଁ ଆସନ୍ତା ୧୦ ତାରିଖରେ ଜାତୀୟ କୃମିନାଶକ ଦିବସକୁ ବ୍ୟାପକ ଭାବେ ପାଳନ କରାଯିବାକୁ ନିଷ୍ପତ୍ତି ହୋଇଛି। ଉକ୍ତଦିନ ୧ରୁ ୧୯ ବର୍ଷ ବୟସର ବାଳିକାବାଳକ ଓ ୨୦ରୁ ୨୪ ବର୍ଷର ପ୍ରଜନନକ୍ଷମ ମହିଳାଙ୍କୁ ମିଶାଇ ମୋଟ ଦେଢ଼କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ କୃମିନାଶକ (ଦ୍ରବଣ/ବଟିକା) ଔଷଧ ଦିଆଯିବାର ଲକ୍ଷ୍ୟ ରଖାଯାଇଛି। ନିକଟସ୍ଥ ବିଦ୍ୟାଳୟ ଏବଂ ଅଙ୍ଗଓ୍ବାଡି କେନ୍ଦ୍ରରେ ଶିକ୍ଷକ, ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀଙ୍କଠାରୁ ଔଷଧ ଖାଇବେ। ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ଓ ୟୁନିସେଫ ପକ୍ଷରୁ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶିକା ଡା. ସଂଯୁକ୍ତା ସାହୁ ଏହି ସୂଚନା ଦେଇଛନ୍ତି। ଏଥିସହ ସେ କହିଛନ୍ତି, ଉକ୍ତ ଦିନ ତଥା ଏହି ମାସରେ ସରକାରୀ ଟିକାକରଣ କେନ୍ଦ୍ର ଓ ସ୍ବତନ୍ତ୍ର ଭିଚ୍‌ଏନ୍‌ଡି ପ୍ରୋଗ୍ରାମରେ ୯ ମାସରୁ ୬୦ ମାସ ବୟସର ସମସ୍ତ ପିଲାଙ୍କୁ ବୟସ ମୁତାବକ ଉପଯୁକ୍ତ ମାତ୍ରାରେ ‘ଭିଟାମିନ ଏ’ ଦ୍ରବଣ ମଧ୍ୟ ଦିଆଯିବ। ଯେଉଁମାନେ ୧୦ ତାରିଖରେ ଔଷଧ ଖାଇପାରି ନ ଥିବେ ସେମାନଙ୍କୁ ୧୭ ତାରିଖରେ ପ୍ରଦାନ କରାଯିବ। ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ, କେନ୍ଦ୍ର ସରକାର ଏବଂ ବେସରକାରୀ ବିଦ୍ୟାଳୟ ସହିତ ଅଙ୍ଗନଓ୍ବାନି କେନ୍ଦ୍ର, ପ୍ଲେ ସ୍କୁଲ, ଚାଇଲ୍ଡ କେୟାର ଇନ୍‌ଷ୍ଟିଚ୍ୟୁଶନ ଓ ଶିକ୍ଷାଭିତ୍ତିକ ଅନୁଷ୍ଠାନରେ କୃମିନାଶକ ଦିବସ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri