ଲକ୍ଷେ ୨୫ ହଜାର ଟପିଲା ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୯।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୮୪୦ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୩ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୨୫ ହଜାର ଟପିଛି।

ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୨୫ ହଜାର ୨୮ରେ ପହଞ୍ଚିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଲକ୍ଷେ ୫୦ ହଜାର ଛୁଇଁବାର ଆଶଙ୍କା ରହିଛି। ସେହିପରି ୨୪ ଘଣ୍ଟାରେ ୧୬ ହଜାର ୧୦୪ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୩୮୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୬ ଲକ୍ଷ ୪ ହଜାର ୩୯୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୯ ଲକ୍ଷ ୫୩ ହଜାର ୯୮୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୯୪୪ ଜଣ, କେରଳରେ ୩,୩୧୦ ଜଣ, ଦିଲ୍ଲୀରେ ୫୩୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୨,୭୨୨ ଜଣ, ହରିୟାଣାରେ ୩୫୩ ଜଣ, କର୍ନାଟକରେ ୧,୦୩୭ ଜଣ, ପଶ୍ଚିମବଙ୍ଗରେ ୨,୯୫୦, ଉତ୍ତରପ୍ରଦେଶରେ ୩୭୩ ଜଣ, ତେଲେଙ୍ଗାନାରେ ୬୦୮, ଗୁଜରାଟରେ ୬୩୬, ରାଜସ୍ଥାନରେ ୧୩୭ ଜଣ, ବିହାରରେ ୪୨୨ ଜଣ, ପଞ୍ଜାବରେ ୨୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଆନ୍ଧ୍ରପ୍ରଦେଶରେ ୩୪୭ ଜଣ, ଓଡ଼ିଶାରେ ୪୦୦ ଜଣ, ମଧ୍ୟପ୍ରଦେଶରେ ୧୧୫ ଜଣ, ହିମାଚଳପ୍ରଦେଶରେ ୧୯୧ ଜଣ, ଆସାମରେ ୨୯୪ ଜଣ, ଗୋଆରେ ୧୫୦ ଜଣ, ପୁଡୁଚେରୀରେ ୧୯୪ ଜଣ, ଜମ୍ମୁ-କଶ୍ମୀରରେ ୧୦୧ ଜଣ, ଛତିଶଗଡ଼ରେ ୨୯୬ ଜଣ, ଝାଡ଼ଖଣ୍ଡରେ ୧୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୮ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri