ଲକ୍ଷେ ୨୫ ହଜାର ଟପିଲା ସକ୍ରିୟ ମାମଲା …

ନୂଆଦିଲ୍ଲୀ, ୯।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୮୪୦ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୩ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୨୫ ହଜାର ଟପିଛି।

ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୨୫ ହଜାର ୨୮ରେ ପହଞ୍ଚିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଲକ୍ଷେ ୫୦ ହଜାର ଛୁଇଁବାର ଆଶଙ୍କା ରହିଛି। ସେହିପରି ୨୪ ଘଣ୍ଟାରେ ୧୬ ହଜାର ୧୦୪ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୩୮୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୬ ଲକ୍ଷ ୪ ହଜାର ୩୯୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୯ ଲକ୍ଷ ୫୩ ହଜାର ୯୮୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୯୪୪ ଜଣ, କେରଳରେ ୩,୩୧୦ ଜଣ, ଦିଲ୍ଲୀରେ ୫୩୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତାମିଲନାଡୁରେ ୨,୭୨୨ ଜଣ, ହରିୟାଣାରେ ୩୫୩ ଜଣ, କର୍ନାଟକରେ ୧,୦୩୭ ଜଣ, ପଶ୍ଚିମବଙ୍ଗରେ ୨,୯୫୦, ଉତ୍ତରପ୍ରଦେଶରେ ୩୭୩ ଜଣ, ତେଲେଙ୍ଗାନାରେ ୬୦୮, ଗୁଜରାଟରେ ୬୩୬, ରାଜସ୍ଥାନରେ ୧୩୭ ଜଣ, ବିହାରରେ ୪୨୨ ଜଣ, ପଞ୍ଜାବରେ ୨୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଆନ୍ଧ୍ରପ୍ରଦେଶରେ ୩୪୭ ଜଣ, ଓଡ଼ିଶାରେ ୪୦୦ ଜଣ, ମଧ୍ୟପ୍ରଦେଶରେ ୧୧୫ ଜଣ, ହିମାଚଳପ୍ରଦେଶରେ ୧୯୧ ଜଣ, ଆସାମରେ ୨୯୪ ଜଣ, ଗୋଆରେ ୧୫୦ ଜଣ, ପୁଡୁଚେରୀରେ ୧୯୪ ଜଣ, ଜମ୍ମୁ-କଶ୍ମୀରରେ ୧୦୧ ଜଣ, ଛତିଶଗଡ଼ରେ ୨୯୬ ଜଣ, ଝାଡ଼ଖଣ୍ଡରେ ୧୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୮ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?