ଆମେରିକାରେ ପୁଣି ବଢିଲା କରୋନା ସଂକ୍ରମଣ: ୪ ସପ୍ତାହରେ ୧ଲକ୍ଷ ୩୦ ହଜାର ଶିଶୁ ସଂକ୍ରମିତ

ୱାଶିଂଟନ,୨୨ ।୨: ସାରା ବିଶ୍ୱରେ କମ୍ ହେଲେ ବି କରୋନା ସଂକ୍ରମଣ ଏବେ ଜାରି ରହିଛି । ଭାରତ ସମେତ ଅନେକ ଦେଶ କରୋନା କଟକଣାକୁ ହଟାଇ ଦେଇଛନ୍ତି । ହେଲେ ଏହାକୁ ରୋକିବାକୁ ସରକାର ସମସ୍ତ ପଦକ୍ଷେପ ନେଉଛନ୍ତି । ଏହାରି ଭିତରେ ଆମେରିକାରୁ ଆସିଥିବା ଖବର ସମସ୍ତଙ୍କ ଚିନ୍ତା ବଢାଇ ଦେଇଛି । ଆମେରିକାରେ କରୋନାର ନୂଆ ଭାରିଏଣ୍ଟ ଦ୍ୱାରା ଶିଶୁମାନେ ଶୀଘ୍ର ସଂକ୍ରମିତ ହେଉଛନ୍ତି ।
ଏକ ଆମେରିକୀୟ ରିପୋର୍ଟ ଅନୁଯାୟୀ, ଗତ ୪ ସପ୍ତାହ ମଧ୍ୟରେ ଆମେରିକାରେ ୧ ଲକ୍ଷ ୩୦ ହଜାର ଶିଶୁ କରୋନାରେ ସଂକ୍ରମିତ ହୋଇଛନ୍ତି । ଆଗକୁ ଏହି ସଂକ୍ରମଣ ବଢିବାର ଆଶଙ୍କା କରାଯାଉଛି । ସୂଚନାଯୋଗ୍ୟ, ଆମେରିକାରେ ବୟସ୍କଙ୍କ ସହ ଶିଶୁମାନଙ୍କୁ ବି କରୋନା ଟିକା ଦିଆଯାଇଛି । ଏହାପରେ ବି ଏଠାରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି । ସୂଚନା ମୁତାବକ କୋଭିଡ-୧୯ ସଂକ୍ରମଣ ପରେ ଦେଶରେ ପ୍ରାୟ ୧.୫୩ କୋଟି ଶିଶୁଙ୍କର ରିପୋର୍ଟ ପଜିଟିଭ ଆସିଛି । ରିପୋର୍ଟ ଅନୁଯାୟୀ, ପ୍ରାୟ ୮୦ ପ୍ରତିଶତ ଆମେରିକୀୟ ଯେଉଁମାନଙ୍କ୍‌ୁ ପୂର୍ବରୁ କୋଭିଡ ହୋଇସାରିଛି ସେମାନେ ପୁଣିଥରେ ଏହି ନୂଆ ଭାରିଏଣ୍ଟ ଦ୍ୱାରା ସ ଂକ୍ରମିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?