ଆମେରିକାରେ ଗୋଟିଏ ଦିନରେ ୧୦ ଲକ୍ଷ ସଂକ୍ରମିତ

ୱାଶିଂଟନ,୬ ।୧: ଆମେରିକାରେ ବୁଧବାର ଗୋଟିଏ ଦିନରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ଓ ଓମିକ୍ରନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଚିନ୍ତାର କାରଣ ପାଲଟିଛି । ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ହେତୁ ବେଡ ନିଅଣ୍ଟ ପଡୁଥିବା ଜଣାପଡିଛି । ଆଶ୍ୱସ୍ତିକର ଖବର ହେଲା ଏଠାରେ ଆଇସିୟୁରେ ଖୁବ୍ କମ୍ ସଂକ୍ରମିତଙ୍କୁ ଭର୍ତ୍ତି କରାଯାଇଛି । ଏହାକୁ ଦେଖି ବିଶେଷଜ୍ଞମାନେ କହିଛନ୍ତି ଓମିକ୍ରନ୍‌ରେ ମୃତ୍ୟୁ ସଂଖ୍ୟା ଡେଲ୍ଟାଠାରୁ ଅପେକ୍ଷା କୃତ କମ୍ ରହିବ । ହେଲେ ଓମିକ୍ରନର ଦ୍ରୁତ ସଂକ୍ରମଣ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ସେପଟେ ବ୍ରିଟେନ, ଇଟାଲୀ ଓ ଫ୍ରାନ୍ସରେ ବି ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଆଉ ଏକ ଚିନ୍ତାଜନକ ବିଷୟ ।
ବ୍ରିଟେନରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ସଂକ୍ରମିତ ଚିହ୍ନଟ ହେବା ଏକ ରେକର୍ଡ । କାରଣ ଏହା ପୂର୍ବରୁ କେବେ ଏତେ ସଂଖ୍ୟାକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନଥିଲା । ସେହିପରି ଇଟାଲିରେ ୧,୭୦,୮୪୪ ଓ ଫ୍ରାନ୍ସରେ ପାଖାପାଖି ୩ଲକ୍ଷ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ହେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କଡାକଡି ଲକ ଡାଉନକୁ ବିରୋଧ କରିଛନ୍ତି । କାରଣ ଟିକାକରଣର ବୁଷ୍ଟର ଡୋଜ କାମ କରିବ ବୋଲି ସେ କହିଛନ୍ତି ।
ଓମିକ୍ରନର ସଂକ୍ରମଣକୁ ଦେଖି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଉପରାଷ୍ଟ୍ରପତି କମଲା ହାରିସ ଦ୍ରୁତ ସଂକ୍ରମଣଠାରୁ ସାବଧାନ ରହିବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri