ବିପଦ ଆଶଙ୍କାରେ ୧୦ରୁ ଊର୍ଦ୍ଧ୍ୱ ପରିବାର

ନାଉଗାଁ,୨୮ା୩(ସ୍ବ.ପ୍ର.): ନାଉଗାଁ  ବ୍ଲକ ବାଲିଭଉଁରୀ-ଶିଖରଘାଟ ରାସ୍ତା ପାର୍ଶ୍ୱରେ ଥିବା ମଲ୍ଲିକ ସାହିରେ ହାତପାହାନ୍ତାରେ ଝୁଲୁଛି ୧୧ କେଭି ବିଦ୍ୟୁତ୍‌ ତାର। ଏଥିଯୋଗୁ ଧନଜୀବନ ନଷ୍ଟ ହେବାର ଆଶଙ୍କା ଥିଲେ ମଧ୍ୟ ବିଦ୍ୟୁତ୍‌ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋଭାବକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ସାହିରେ ୧୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରନ୍ତି। ସାହି ଊପରେ ଟଣାଯାଇଥିବା ବିଦ୍ୟୁତ୍‌ ତାରଗୁଡ଼ିକ ସେମାନଙ୍କ ଚାଳଛପର ଘର ଉପରେ ଝୁଲି ରହିଛି। କେତେଜଣଙ୍କ ଘର ଉପରେ ବହୁ ସମୟରେ ତାରରୁ ନିଆଁ ଝୁଲ ଖସି ଚାଳରେ ନିଆଁ ଲାଗିଛି। ଏହି ଭୟରେ ଲୋକେ ଛପର କରିପାରୁନାହାନ୍ତି ବୋଲି ସାହିବାସୀ କହିଛନ୍ତି। ଏନେଇ ବାରମ୍ବାର ବିଭାଗୀୟ ଯନ୍ତ୍ରୀଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ପ୍ରତିଶ୍ରୁତି ବ୍ୟତୀତ କାର୍ଯ୍ୟରେ ପରିଣତ ହେଉନାହିଁ ବୋଲି ଗ୍ରାମର ରବୀନ୍ଦ୍ର ମଲ୍ଲିକ, ବାବାଜୀ ମଲ୍ଲିକ, ଠୁଲୁ ମଲ୍ଲିକ, ବୁଲୁ ମଲ୍ଲିକ, ଭ୍ରମର ମଲ୍ଲିକ, ପଞ୍ଚୁ ମଲ୍ଲିକ ପ୍ରମୁଖ ଅଭିଯୋଗ କରିଛନ୍ତି।
ଏ ସମ୍ପର୍କରେ ଟାଟା ପାଓ୍ବାର ମ୍ୟାନେଜର ଦୀପକ ଭୂଇଁଙ୍କୁ ପଚାରିବାରୁ, ଏ ନେଇ ସେ ପୂର୍ବରୁ ଅବଗତ ନ ଥିଲେ। ଖୁବ୍‌ଶୀଘ୍ର ଏ ବିଷୟରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri