ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଚୋଟ ପରେ ଚୋଟ ମାରିଲେ ୧୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ

ବ୍ରହ୍ମପୁର,୧୫ା୧(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଗୁରୁବାର ସକାଳେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଛନ୍ତି। ଗୁରୁତର ଯୁବକ ଜଣଙ୍କ ବଡବ୍ଜ଼ାର ଥାନା ଅନ୍ତର୍ଗତ ଧାନମେରା ସାହିର ଅମିତ ମୁଖୀ(୩୮)। ଗୁରୁତର ଅବସ୍ଥାରେ ସେ ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି। ତାଙ୍କ ଗୋଡ , ପେଟ ଓ ଶରୀରର ବିଭିନ୍ନ ସ୍ଥାନରେ ଖଣ୍ଡାଚୋଟ ପଡିଛି। ଖବର ପାଇ ବ୍ରହ୍ମପୁର ଏସପି ଡା. ସର୍ଣା ବିବେକ ଏମ. ସେଠାରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛନ୍ତି। ପ୍ରାଥମିକ ତଦନ୍ତରୁ ପୂର୍ବଶତ୍ରୁତାରୁ ଅମିତଙ୍କୁ ଅପର ଗୋଷ୍ଠିର ୧୦ରୁ ଊର୍ଦ୍ଧ୍ୱ ଯୁବକ ଏଭଳି ଭାବେ ହାଣି ହତ୍ୟା ଉଦ୍ୟମ କରିଛନ୍ତି। ପୋଲିସ ସିସିଟିଭି ଜରିଆରେ ତଦନ୍ତ ଜାରି ରଖିଛି। ପୂର୍ବରୁ ଏକ ଆକ୍ରମଣ ମାମଲାରେ ଅମିତ ଜାମିନରେ ଥିବା ବେଳେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି। ଘଟଣାରୁ ପ୍ରକାଶ ଯେ, ଅମିତ ମୁଖୀ ବ୍ରହ୍ମପୁର ମହାନଗର ନିଗମ ର ଅଳିଆ ଆବର୍ଜନା ଉଠାଇବା କାମ ପାଇଁ ସୁପରଭାଇଜର ଭାବେ କାମ କରନ୍ତି। ସେ ଗୁରୁବାର ସକାଳେ ନୂଆ ବସଷ୍ଟାଣ୍ଡ ନିକଟରେ କାମ ତଦାରଖ କରୁଥିବା ବେଳେ ତାଙ୍କୁ ଘାତକ ଆକ୍ରମଣ କରାଯାଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri