ବାଲିଗୁଡ଼ା,୨ା୩(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮ ମହିଳା ଆହତ ହୋଇଛନ୍ତି।
ସୂଚନାନୁଯାୟୀ ଦଡ଼କଙ୍ଗିଆ ଗ୍ରାମରୁ ୧୦ ରୁ ୧୨ ଜଣ ମହିଳା ଡାକା ଗ୍ରାମରେ ରହୁଥିବା ନିଜ ସମ୍ପର୍କୀୟଙ୍କ ଘରକୁ ସୁଦ୍ଧିକ୍ରିୟା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ। ଢାକା ଗ୍ରାମ ପୂର୍ବରୁ କୁଡ଼କେଲକିଆ ଗାଁ ନିକଟସ୍ଥ ଗଡ଼ମୁଣ୍ଡା ଘାଟିରେ ଏକ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଅଟୋ ଦୁର୍ଘଟଣା ଘଟିଥିଲା। ଘଟଣା ସମ୍ପର୍କରେ ସୂଚନା ପାଇ ଡାକା ଗ୍ରାମରେ ଅବସ୍ଥାପିତ ବିଏସ୍ଏଫ୍ କ୍ୟାମ୍ପରର ଯବାନମାନେ ଘଟଣାସ୍ଥଳରେ ପହଞ୍ଚି ନିଜ ଆମ୍ବୁଲାନ୍ସରେ ଆହତଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ଆହତଙ୍କ ମଧ୍ୟରୁ ଜଣେ ମହିଳାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସମସ୍ତ ମହିଳା ବାଲିଗୁଡ଼ା ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।