Posted inଜାତୀୟ

କୁମ୍ଭ ମେଳାରେ କରୋନା ମାଡ: ପୁଣି ୧୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ, ୨୦ ସାଧୁସନ୍ଥ କରୋନା ପଜିଟିଭ୍‌‌‌

ଲକ୍ଷ୍ନୌ,୧୪।୪: ଦେଶରେ କରୋନା ପରିସ୍ଥିତି ପୁଣି ବିଗିଡିବାରେ ଲାଗିଛି। କୁମ୍ଭ ମେଳାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବୁଧବାର ପୁଣି ୧୦୦ରୁ ଅଧିକ ଶ୍ରଦ୍ଧାଳୁ ଏବଂ ୨୦ ସାଧୁସନ୍ଥ କରୋନା ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ଏହି ମେଳାରେ ଭାଗ ନେଇଥିବା ୧୮୦୦ରୁ ଅଧିକ ଶ୍ରଦ୍ଧାଳୁ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହି ମେଳାରେ ମାସ୍କ ପିନ୍ଧିବା ଏବଂ ଅନ୍ୟାନ୍ୟ କରୋନା ନିୟମ ପାଳନ କରିବାକୁ ମନା କରିଦେଇଥିବା ସାଧୁସନ୍ଥ କରୋନାର ଶିକାର ହୋଇଛନ୍ତି।
ଏହି ସମୟରେ ଅଖିଳ ଭାରତୀ ଆଖଡା ପରିଷଦର ସଭାପତି ଶ୍ରୀମହନ୍ତ ନରେନ୍ଦ୍ର ଗିରିଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ତାଙ୍କୁ ଏମ୍ସ୍‌ରେ ଭର୍ତ୍ତି କରାଯାଇଥିଲା। ଶନିବାର ତାଙ୍କ କୋଭିଡ ରିପୋର୍ଟ ୍ପଜିଟିଭ୍‌ ଆସିବା ପରେ ତାଙ୍କୁ ଆଖଡାରେ ଆଇସୋଲେଟ କରାଯାଇଛି। ଏଥି ସହିତ ନିରଂଜନୀ ଆଖଡାର ଦଶଜଣ ସାଧୁ ମଧ୍ୟ ଗତ ପାଞ୍ଚ ଦିନ ମଧ୍ୟରେ ସଂକ୍ରମିତ ହୋଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ଆଖଡାର ଅନେକ ସାଧୁଙ୍କ କୋଭିଡ ନମୁନା ମଧ୍ୟ ସଂଗ୍ରହ କରିଛି। ଶ୍ରୀମହନ୍ତଙ୍କ ସମ୍ପର୍କରେ ଆସିଥିବା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ତଥା ଏସପି ସୁପ୍ରିମୋ ଅଖିଳେଶ ଯାଦବ ମଧ୍ୟ ମଙ୍ଗଳବାର ଲକ୍ଷ୍ନୌରେ ତାଙ୍କର କୋଭିଡ ଯାଞ୍ଚ କରିଥିଲେ। ତାଙ୍କର ମଧ୍ୟ ରିପୋର୍ଟ ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri