ମିଳୁନି ପାଣି,୧୦୦ ପରିବାର ହନ୍ତସନ୍ତ

କଣ୍ଟାପଡା, ୧୦ା୧୧(ଡି.ଏନ୍‌.ଏ.):ପ୍ରତି ଗ୍ରାମକୁ ପାନୀୟ ଜଳ ଯୋଗାଇ ଦିଆଯିବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରକଳ୍ପ ଥାଇ ମଧ୍ୟ କଣ୍ଟାପଡା ବ୍ଲକ ଶିଶୁଆ ଗ୍ରାମର ୧୦୦ରୁ ଊର୍ଦ୍ଧ୍ୱ ପରିବାର ପାନୀୟଜଳ ପାଇଁ ପ୍ରତିଦିନ ହନ୍ତସନ୍ତ ହେଉଛନ୍ତି। ଏ ସମ୍ପର୍କରେ କଣ୍ଟାପଡା ବ୍ଲକ ଗ୍ରାମ୍ୟ ପାନୀୟ ଜଳଯୋଗାଣ ବିଭାଗ କାର୍ଯ୍ୟାଳୟରେ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ଏହାକୁ ନେଇ ସେମାନଙ୍କ ମନରେ ଅସନ୍ତୋଷ ବୃଦ୍ଧି ପାଇଛି। ତୁରନ୍ତ ଏହାର ସମାଧାନ କରା ନ ଗଲେ ଆଗାମୀ ଦିନରେ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, କଣ୍ଟାପଡା ବ୍ଲକ ଅନ୍ତର୍ଗତ କଣ୍ଟାପଡା ପଞ୍ଚାୟତର ଇଚ୍ଛାପୁର, ବାଇରୋଇ ଓ ଶିଶୁଆ ଗ୍ରାମ ପାଇଁ ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବିନିମୟରେ ଇଚ୍ଛାପୁର ନିକଟରେ ଏକ ପାନୀୟ ଜଳପ୍ରକଳ୍ପ ନିର୍ମାଣ ହୋଇଛି। ଏହି ପ୍ରକଳ୍ପରୁ ସଂଯୋଗ କରାଯାଇଥିବା ମୁଖ୍ୟ ପାଇପକୁ ବିଭିନ୍ନ ସ୍ଥାନରେ କାଟି କେତେଜଣ ବ୍ୟକ୍ତି ମୋଟା ପାଇପ ଲଗାଇବା ସହ ବିଦ୍ୟୁତ୍‌ ଚାଳିତ ମୋଟର ବ୍ୟବହାର କରି ଚୋରାରେ ପାଣି ନେଇଛନ୍ତି। ଏଥିଯୋଗୁ ଶିଶୁଆ ଗ୍ରାମର ଶେଷ ମୁଣ୍ଡରେ ପାଣି ପହଞ୍ଚିପାରୁନାହିଁ । ଫଳରେ ଉକ୍ତ ଗ୍ରାମର ନୂଆ ଭୋଇସାହି ଓ ରାସ୍ତାପାର୍ଶ୍ୱ ସାହିର ଶତାଧିକ ପରିବାର ପିଇବା ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏମାନେ କୁହନ୍ତି…

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ କାର୍ଯ୍ୟାଳୟଠାରୁ ମାତ୍ର ୫୦ ମିଟର ଦୂରରେ ଆମ ଘର। ଏହାସତ୍ତ୍ୱେ ଆମେ ପାନୀୟଜଳ ଭଳି ମୌଳିକ ସୁବିଧାରୁ ବଞ୍ଚିତ ହେଉଛୁ। ବାରମ୍ବାର ଏହି କାର୍ଯ୍ୟାଳୟର ଅଧିକାରୀଙ୍କୁ ଜଣାଇଲେ ମଧ୍ୟ ଶୁଣୁନାହାନ୍ତି। ଏହାଠାରୁ ଦୁର୍ଭାଗ୍ୟଜନକ କଥା ଆଉ କଣ ହୋଇପାରେ।
-ଦେବରାଜ ସାହୁ, ଗ୍ରାମବାସୀ
ବିଭିନ୍ନ ସ୍ଥାନରେ ପାଇପ୍‌ କଟାଯାଇଥିବାରୁ ଗ୍ରାମର ଶେଷମୁଣ୍ଡରେ ପାଣି ପହଞ୍ଚିପାରୁନାହିଁ। ପାଣି ଚୋରୁ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ବିଭାଗୀୟ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି। ଏହି ସମସ୍ୟାର ସମାଧାନ ନ ହେଲେ ଆମେ ଆଗାମୀ ଦିନରେ ବିଭାଗୀୟ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିବୁ।
-ଅଶୋକ ସାମନ୍ତରାୟ, ଗ୍ରାମବାସୀ
ଏହି ଗ୍ରାମର ବହୁପରିବାର ପିଇବାପାଣି ପାଇବାରୁ ବଞ୍ଚିତ ହେଉଥିବା ନଜରକୁ ଆସିଛି। ଏହାର ସମାଧାନ ପାଇଁ ବିଭାଗୀୟ ଯନ୍ତ୍ରୀଙ୍କ ସହ ଆଲୋଚନା କରାଯିବ।
-ପ୍ରୀତିଲତା ବେହେରା, ସରପଞ୍ଚ, କଣ୍ଟାପଡ଼ା ପଞ୍ଚାୟତ
ଗ୍ରାମବାସୀଙ୍କ ଦାବି ଅନୁସାରେ ଆମେ ଇଚ୍ଛାପୁର ପାନୀୟଜଳ ପ୍ରକଳ୍ପ ସହ ଶିଶୁଆ ଗ୍ରାମକୁ ପାଇପ ସଂଯୋଗ କରିଛୁ। ତେବେ ପାଣି ପାଇଁ ଯେଉଁ ବୈଷୟିକ ତ୍ରୁଟି ରହିଛି, ତାହାର ସମାଧାନ ଖୁବ୍‌ଶୀଘ୍ର କରାଯିବ।
-ପ୍ରଭାକର ସାହୁ, କନିଷ୍ଠ ଯନ୍ତ୍ରୀ,
ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri