Posted inଜାତୀୟ

ଶକରଗଡ଼ ଲଞ୍ଚପ୍ୟାଡ୍‌ରେ ଶହେରୁ ଅଧିକ ଆତଙ୍କବାଦୀ: ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର, ୭।୯: ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଆତଙ୍କବାଦୀମାନେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ସ୍ଥାନୀୟ ସାମ୍ବା କଠୁଆ ସେକ୍ଟର ସମ୍ମୁଖରେ ଥିବା ଶକରଗଡ଼ରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ପ୍ରୋତ୍ସାହନରେ ଶହେରୁ ଅଧିକ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ କରିବା ଲାଗି ପ୍ରସ୍ତୁତ ହୋଇ ରହିଛନ୍ତି। ପାକିସ୍ତାନ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରି ଅନୁପ୍ରବେଶ ସୁଯୋଗ ସୃଷ୍ଟି କରିବାର ଉଦ୍ୟମ ଜାରି ରଖିଛି। ଏବେ ଶକରଗଡ଼ ଆତଙ୍କବାଦୀଙ୍କ ମୁଖ୍ୟ ତାଲିମ୍‌ କେନ୍ଦ୍ର ପାଲଟିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗୋଇନ୍ଦା ବିଭାଗ ସୂଚନା ଆଧାରରେ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଶକରଗଡ଼ ଲଞ୍ଚ୍‌ପ୍ୟାଡ୍‌ରେ ତାଲିମ୍‌ ପାଇଁ ଆଧୁନିକ ଜ୍ଞାନକୌଶଳର ପ୍ରୟୋଗ କରାଯାଉଥିବା ଗୋଇନ୍ଦା ବିଭାଗ କହିଛି। ଆତଙ୍କବାଦୀ କମାଣ୍ଡର ଭାରତୀୟ ନକ୍ସା ସମ୍ପର୍କରେ ଶିକ୍ଷା ଦେଉଛନ୍ତି। କିପରି କେଉଁ ସ୍ଥାନରେ ସହଜରେ ଆତଙ୍କବାଦୀ ଆକ୍ରମଣ କରାଯିବ ସେ ସମ୍ପର୍କରେ ତାଲିମ୍‌ ଦିଆଯାଉଛି। ଆଫଗାନିସ୍ତାନର ତାଲିବାନ ଆତଙ୍କବାଦୀ ସଂଗଠନରୁ ତାଲିମ୍‌ ନେଇ ଆସିବା ପରେ ଶକରଗଡ଼ରେ ସେମାନଙ୍କୁ ଆକ୍ରମଣ କରିବା ଲାଗି ପୁଣି ଶିକ୍ଷାଦାନ କରାଯାଉଛି। ଆତଙ୍କବାଦୀଙ୍କ ତାଲିମ ପ୍ରାପ୍ତ ଦଳ ଭାରତରେ ସେମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇବା ଲାଗି କାର୍ଯ୍ୟ କରୁଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗୋଟିଏ ଦଳ ଅସ୍ତ୍ରଶସ୍ତ୍ର ଏବଂ ପାଣ୍ଠି ଯୋଗାଡ଼ କରୁଥିବାବେଳେ ଅନ୍ୟ ଦଳ ଆକ୍ରମଣର ବ୍ଲୂୁପ୍ରିଣ୍ଟ୍‌ ପ୍ରସ୍ତୁତି ଏବଂ ଗୋଳାବାରୁଦ ତିଆରି ସମ୍ପର୍କରେ ତାଲିମ୍‌ ପ୍ରଦାନ କରୁଛି। ପାକିସ୍ତାନ ରେଞ୍ଜର ଏବଂ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏହି ଦଳକୁ ଆବଶ୍ୟକ ଆଧୁନିକ ଯୋଗାଯୋଗ ବ୍ୟବସ୍ଥା ଉପକରଣ ଯୋଗାଇ ଦେଉଛନ୍ତି। ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ଶକରଗଡ଼ ଶିବିରରେ କରାଯାଉଥିବା ଭାରତୀୟ ଗୋଇନ୍ଦା ସଂସ୍ଥା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri