ଟିକେଟ ପାଇଁ ଆବେଦନ କଲେଣି ୧୦ ହଜାରରୁ ଅଧିକ ଆଶାୟୀ: ପ୍ରଣବ

ଭୁବନେଶ୍ୱର,୨୬।୨(ସୁନିତ୍‌ ମିଶ୍ର):ଗତ କିଛିବର୍ଷ ଧରି ଜାତୀୟସ୍ତରର ସବୁ ସର୍ଭେ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଥିବାର ଗୌରବ ପ୍ରଦାନ କରିଛନ୍ତି। ସେହିଭଳି ୨୦୨୨ ପଞ୍ଚାୟତ ନିର୍ବାଚନରେ ୫୨%ରୁ ଅଧିକ ଭୋଟ ହାର ସାଙ୍ଗକୁ ୩୦ରୁ ୩୦ ଜିଲା ପରିଷଦରେ ରାଜ୍ୟବାସୀ ବିଜେଡିକୁ ଜିତାଇଛନ୍ତି। ଏହାଦ୍ୱାରା ବିଜେଡିକୁ ଓଡ଼ିଶାର ଏକ ନମ୍ବର ରାଜନୈତିକ ଦଳ ବୋଲି ରାଜ୍ୟବାସୀ ପ୍ରମାଣିତ କରିଥିବା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ପ୍ରଣବ କହିଛନ୍ତି ଯେ, ସାଢ଼େ ୪ କୋଟି ଓଡ଼ିଶାବାସୀ ବିଜେଡି ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଭଲପାଇବାକୁ ଏହା ପ୍ରତିପାଦିତ କରୁଛି। ଏହି ଦୁଇଟି କଥା ନିରାଟ ସତ୍ୟ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ପାଇଁ ୧୦ ହଜାରରୁ ଅଧିକ ଆଶାୟୀଙ୍କ ଆବେଦନପତ୍ର ଦଳକୁ ପ୍ରାପ୍ତ ହୋଇଛି। ଅତ୍ୟନ୍ତ ଖୁସିର କଥା ଯେ, ବହୁସଂଖ୍ୟକ ପେସାଦାର ବ୍ୟକ୍ତି ଏବଂ ଜାତୀୟ ରାଜନୈତିକ ଦଳର ନେତାମାନେ ମଧ୍ୟ ବିଜେଡି ଟିକେଟ ପାଇଁ ଆବେଦନ କରୁଛନ୍ତି। ଆମର ଦୃଢ଼ ବିଶ୍ୱାସ ଏହି ନିର୍ବାଚନରେ ସାଢ଼େ ୪ କୋଟି ରାଜ୍ୟବାସୀଙ୍କ ଆଶୀର୍ବାଦ ବଳରେ ବିଜେଡି ଏକ ଐତିହାସିକ ବିଜୟ ଆଡ଼କୁ ଗତି କରୁଛି। ଏହି ବିପୁଳ ସଂଖ୍ୟକ ଆବେଦନ ଦର୍ଶାଉଛି, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ପ୍ରତି ଲୋକଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ି ଚାଲିଛି। ନବୀନଙ୍କୁ ଲଗାତର ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବା ଲାଗି ଓଡ଼ିଶାବାସୀ ମନ ସ୍ଥିର କରିସାରିଥିବା ପ୍ରଣବ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri