ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି। ଗାନ୍ଧୀଘାଟ ଶାସନ ପଛପଟରେ ଥିବା ହସନାବାଦ, ଅର୍ଜୁନପୁର ଓ ପ୍ରଧାନୀ ପଞ୍ଚାୟତର ପ୍ରାୟ ୧୦ ହଜାରରୁ ଅଧିକ ଲୋକ ପ୍ରତିବର୍ଷ ବନ୍ୟା ଯନ୍ତ୍ରଣା ଭୋଗୁଛନ୍ତି।
ବୈତରଣୀ-କୋଚିଳା ସଙ୍ଗମସ୍ଥଳ ନିକଟରେ ଥିବା ଦୁଇଟି ଗାଁ ଅସ୍ତକ ଓ ଅଣ୍ଡଳଡିହ ମଧ୍ୟବର୍ତ୍ତୀ ଅଞ୍ଚଳରେ କୌଣସି ସୁଦୃଢ଼ ଘେରିବନ୍ଧ ନଥିବାରୁ ବନ୍ୟା ସମୟରେ ପାଣି ପଛପଟ ଦେଇ ପ୍ରବେଶ କରି ଏହି ତିନି ପଞ୍ଚାୟତରେ ବ୍ୟାପକ କ୍ଷତି ଘଟାଏ। ଅନେକ ଗାଁରେ ପ୍ରଥମ ମହଲା ପର୍ଯ୍ୟନ୍ତ ପାଣି ପଶିଯାଏ। ଫଳରେ ଲୋକମାନେ ପଶୁସମ୍ପଦ ସହିତ ନଦୀବନ୍ଧ ଓ ପୋଲ ଉପରେ ଆଶ୍ରୟ ନେବାକୁ ବାଧ୍ୟ ହୁଅନ୍ତି। ସ୍ଥାନୀୟ ଲୋକଙ୍କ ଅଭିଯୋଗ ଅନୁଯାୟୀ, ଗତବର୍ଷ ବନ୍ୟାର ପ୍ରକୋପ ଅଧିକ ଥିଲା। ବୈତରଣୀ ନଦୀର ବାମପାର୍ଶ୍ୱରେ ଥିବା ଏସ୍କେଏଫ (ଘୋଷରା ) ନିକଟ ଅଞ୍ଚଳରେ ଜଳସମ୍ପଦ ବିଭାଗ ପକ୍ଷରୁ କୌଣସି ସଠିକ ଅନୁଧ୍ୟାନ ବିନା ଉଚ୍ଚତା ବୃଦ୍ଧି କରାଯାଇଥିବାରୁ ବୈତରଣୀ ଓ କୋଚିଳା ନଦୀର ପାଣି ସ୍ବାଭାବିକ ଭାବେ ନିଷ୍କାସନ ହୋଇପାରିନଥିଲା। ଏହା ଫଳରେ ପାଣି ପଛପଟକୁ ଫେରି ହସନାବାଦ, ଅର୍ଜୁନପୁର ଓ ପ୍ରଧାନୀ ପଞ୍ଚାୟତରେ ପଶି ବ୍ୟାପକ କ୍ଷତି ଘଟାଇଥିଲା। ଗତବର୍ଷ ଏହି ସମସ୍ୟାକୁ ନେଇ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ତିନି ପଞ୍ଚାୟତର ଲୋକପ୍ରତିନିଧି ଓ ସ୍ଥାନୀୟ ବାସିନ୍ଦାମାନେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମନ୍ତ୍ରୀ ସ୍ଥଳ ପରିଦର୍ଶନ ମଧ୍ୟ କରିଥିଲେ, ସେଠି କିଛି କାମ ବି କରିଛନ୍ତି ହେଲେ ଏପର୍ଯ୍ୟନ୍ତ ଦୃଶ୍ୟମାନ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଆଗକୁ ବର୍ଷା ଦିନ ଆସୁଛି ,
ଆଗାମୀ ଦିନରେ ସରକାର ଓ ଜଳସମ୍ପଦ ବିଭାଗ ପକ୍ଷରୁ ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରାଗଲେ ହିଁ ଏହି ତିନି ପଞ୍ଚାୟତର ହଜାର ହଜାର ଲୋକ ବନ୍ୟା ବିପଦରୁ ମୁକ୍ତି ପାଇପାରିବେ ବୋଲି ସାଧାରଣରେ ଦାବି ହେଉଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?