ଦ୍ୱିତୀୟ ଡୋଜ୍‌ ନେବାକୁ ଭୁଲି ଯାଇଛନ୍ତିି ରାଜ୍ୟର ୧୦ ହଜାରରୁ ଅଧିକ ଲୋକ, ସରକାରଙ୍କ ବଢ଼ିଲା ଚିନ୍ତା…

ଡେରାଡୁନ୍‌,୩୧।୮: କରୋନାର ଭାକ୍ସିନ୍‌ର ପ୍ରଥମ ଡୋଜ୍‌ ନେବା ପରେ ଉତ୍ତରାଖଣ୍ଡର ୧୦ ହଜାରରୁ ଅଧିକ ଲୋକ ଦ୍ୱିତୀୟ ଡୋଜ୍‌ ନେବାକୁ ଆସୁ ନାହାନ୍ତି। ସେମାନେ ହୁଏତ ଭୁଲି ଯାଇଛନ୍ତି ଅବା କୌଣସି କାରଣରୁ ଏଭଳି କରିଥିବା କୁହାଯାଉଛି। ଅନେକ ଚେଷ୍ଟା ପରେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ସେମାନଙ୍କ ସହ ଯୋଗାଯୋଗ କରିବାରେ ସମର୍ଥ ହୋଇପାରିନାହିଁ। ଟିକାକରଣର ଅନ୍ତିମ ପର୍ଯ୍ୟାୟରେ ଏସବୁ ଲୋକଙ୍କୁ ଚିହ୍ନଟ କରାଯିବାର ଯୋଜନା ଜାରି ରହିଛି। କରୋନା ଦ୍ୱିତୀୟ ଲହର ଯୋଗୁ କୋଭିଡ୍ର ଦ୍ୱିତୀୟ ତରଙ୍ଗ ସମୟରେ, ବହୁ ଲୋକ ଭୟଭୀତ ହୋଇ ପ୍ରଥମ ଡୋଜକୁ ବେଆଇନ ଭାବେ ନେଇଛନ୍ତି। ସେହିପରି କିଛି ଲୋକ ଅଛନ୍ତି ଗୋଟିଏ ମୋବାଇଲରେ ଅନେକ ଲୋକଙ୍କୁ ପଞ୍ଜୀକୃତ କରିଛନ୍ତି।
କେତେକ ଲୋକ ଟିକା ନେବା ପାଇଁ ବ୍ୟବହୃତ କରିଥିବା ନମ୍ବରରେ ରିଚାର୍ଜ ନ କରିଥିବା କାରଣରୁ ସେମାନଙ୍କ ସହ ଯୋଗାଯୋଗ କରିବା ସମ୍ଭବ ହେଉନାହିଁ। ଏକ ଆକଳନ ଅନୁଯାୟୀ, ରାଜ୍ୟରେ ପ୍ରଥମ ପରେ ଦ୍ୱିତୀୟ ଡୋଜ୍‌ ନେବାକୁ ଟିକାକରଣ କେନ୍ଦ୍ରକୁ ଆସି ନଥିବା ଲୋକଙ୍କ ସଂଖ୍ୟା ୧୦ ହଜାରରୁ ଅଧିକ। ଏନେଇ ନୈନିତାଲର ଜିଲା ଚିକିତ୍ସା ଅଧିକାରୀ ଡ. ଅଜୟ ଶର୍ମା କହିଛନ୍ତି ଯେ କରୋନା କଣ୍ଟ୍ରୋଲ ରୁମ ମାଧ୍ୟମରେ ଏଭଳି ଲୋକଙ୍କ ସହ ଯୋଗାଯୋଗ କରିବାକୁ ଉଦ୍ୟମ କରାଯାଉଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ସହିତ ଫୋନ୍‌ ଏବଂ ମେସେଜ୍‌ ମାଧ୍ୟମରେ ଯୋଗାଯୋଗ କରିବାକୁ ଉଦ୍ୟମ କରାଯାଇଥିଲା। ମାତ୍ର ଏହା ସଫଳ ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri