୧୨୦୦ ଟପିଲା କରୋନା ମୃତ୍ୟୁ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ହୁହୁ ହୋଇ ବଢ଼ୁଛି। ଶେଷ ୨୪ ଘଣ୍ଟାରେ ଆଉ ୧୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ଅନୁଗୋଳ ଓ ଗଜପତିରୁ ୩ଜଣ ଲେଖାଏ ଥିବାବେଳେ ମୟୂରଭଞ୍ଜ ଓ ଯାଜପୁରରୁ ୨ଜଣ ଲେଖାଏ, ପୁରୀ, ନବରଙ୍ଗପୁର, ଭଦ୍ରକ, ଢେଙ୍କାନାଳ, ମାଲକାନଗିରିରୁ ଜଣେ ଲେଖାଏ ରହିଛନ୍ତି। ଏହାକୁ ମିଶାଇ କରୋନାଜନିତ ମୃତ୍ୟୁ ସଂଖ୍ୟା ୧,୨୧୪କୁ ବୃଦ୍ଧି ପାଇଛି।
ଅନ୍ୟପଟେ ରାଜ୍ୟରେ କରୋନା ସଂକ୍ରମଣ ଏବେ ତଳମୁହଁା ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୫ଦିନ ହେବ ୨ହଜାର ତଳେ ରହୁଛି। ଫଳରେ ଏହି ହାର ୪.୪%କୁ ଖସି ଆସିଛି। ଶେଷ ଦିନକରେ ୪୦,୭୩୩ ନମୁନା ପରୀକ୍ଷା ହୋଇଥିବାବେଳେ ୧,୭୯୩ ରିପୋର୍ଟ ପଜିଟିଭ୍‌ ଆସିଛି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୨୦୮ଜଣ ଚିହ୍ନଟ ଥିବାବେଳେ କଟକ ୧୬୦, ଅନୁଗୋଳ ୧୦୭, ମୟୂରଭଞ୍ଜରୁ ଆଉ ୧୦୪ଜଣ ଆକ୍ରାନ୍ତ ହୋଇଛନ୍ତି। ବାକିସବୁ ଜିଲାରେ ସଂକ୍ରମିତ ସଂଖ୍ୟା ଶହେ ତଳକୁ ରହିଥିବାବେଳେ ବୌଦ୍ଧ ଜିଲାରେ ସର୍ବନିମ୍ନ ୪ଜଣ ରହିଛନ୍ତି। ଫଳରେ ରାଜ୍ୟରେ ଏବେ ମୋଟ ସଂକ୍ରମିତ ସଂଖ୍ୟା ୨,୭୭,୮୮୭ରେ ପହଞ୍ଚତ୍ଛି। ରାଜ୍ୟରେ ଏଯାବତ୍‌ ୪୨,୪୦,୨୪୧ ନମୁନା ପରୀକ୍ଷା ହୋଇଥିବାବେଳେ ୬.୫୫% ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?