Posted inଜାତୀୟ

ପିଓକେରେ ୧୫୦ରୁ ଅଧିକ ଆତଙ୍କବାଦୀ, ଅନୁପ୍ରବେଶ ଷଡ଼ଯନ୍ତ୍ର…

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍‌ଓସି)ରେ ଉତ୍ତେଜନା ହ୍ରାସ ପାଇଁ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତରେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ଷଡ଼ଯନ୍ତ୍ର କରିଛି। ଫଳରେ ଲଗାତାର ଏଲ୍‌ଓସି ନିକଟବର୍ତ୍ତୀ ଅଞ୍ଚଳରେ ଆତଙ୍କବାଦୀ ସକ୍ରିୟ ହେବାରେ ଲାଗିଛନ୍ତି। ସେହିପରି ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଆତଙ୍କବାଦୀ ମୃତ୍ୟୁ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରୁ ୩ ଥର ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ଘଟଣା ଘଟିଛି।

୨୩ ସେପ୍ଟେମ୍ବରରେ ଭାରତୀୟ ସେନା ପକ୍ଷରୁ ଅନୁପ୍ରବେଶ କରୁଥିବା ୩ ଜଣ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ତେବେ ୨ ଜଣ ଖସି ପଳାଇବାକୁ ସକ୍ଷମ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ପାକିସ୍ତାନ ଗୁପ୍ତଚରୀ ସଂସ୍ଥା ଆଇଏସ୍‌ଆଇର ଜଣେ ଏଜେଣ୍ଟ ରହିଥିବା ଜଣାପଡ଼ିଛି। ଆତଙ୍କବାଦୀଙ୍କ ଗାଇଡ଼ ଭାବେ ସେ ଆସିଥିବା କୁହାଯାଉଛି।

ମୃତ ଆତଙ୍କବାଦୀଙ୍କଠାରୁ ୫ଟି ଏକେ-୪୭, ୮ଟି ପିସ୍ତଲ, ୭୦ ଗ୍ରେନେଡ୍‌ ଏବଂ ଭାରତ ତଥା ପାକିସ୍ତାନୀ ନୋଟ୍‌ ଜବତ କରାଯାଇଛି। ପାକିସ୍ତାନ ଅସ୍ତ୍ରବିରତିର ନାଟକ କରୁଥିବାବେଳେ ଅପରପକ୍ଷରେ ଅନୁପ୍ରବେଶକୁ ପ୍ରୋତ୍ସାହିତ କରୁଛି। ଏହା ଦ୍ୱାରା ସୀମାରେ ଉତ୍ତେଜନା ଥମିବା ବଦଳରେ ବଢ଼ିବାରେ ଲାଗିଛି।

ସେପ୍ଟେମ୍ବର ୨୪ରେ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ ରାମପୁର ସେକ୍ଟରରେ ପାକିସ୍ତାନ ପକ୍ଷରୁ ଆସିଥିବା ତିନି ଜଣ ଆତଙ୍କବାଦୀଙ୍କୁ ଭାରତୀୟ ସେନା ପକ୍ଷରୁ ଏନ୍‌କାଉଣ୍ଟର କରାଯାଇଥିଲା। ନିହତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ ହୋଇଥିଲା। ସେପ୍ଟେମ୍ବର ୨୫ରେ ନିୟନ୍ତ୍ରଣ ରେଖାର ଉରି ସେକ୍ଟରରେ ଭାରତୀୟ ସେନା ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ।  ଜଣେ ଭାରତୀୟ ସେନା ଯବାନ ଆହତ ହୋଇଥିଲେ। ଯବାନଙ୍କ କାନ୍ଧରେ ଗୁଳି ବାଜିଥିଲା।

ଉରିର ଏହି ଅଞ୍ଚଳରେ ସେପ୍ଟେମ୍ବର ୧୮ରେ ୬ ଜଣ ଆତଙ୍କବାଦୀଙ୍କ ଅନୁପ୍ରବେଶ ଖବର ଆସିଥିଲା। ପ୍ରାୟ ତିନି ଦିନ ଧରି ଚାଲିଥିବା କମ୍ବିଂ ଅପରେଶନ ସତ୍ତ୍ୱେ ଆତଙ୍କବାଦୀଙ୍କ କୌଣସି ପତ୍ତା ମିଳିପାରି ନାହିଁ।

ସେପ୍ଟେମ୍ବର ୨୭ରେ ଉରି ସେକ୍ଟରରେ ଅନୁପ୍ରବେଶ ସମୟରେ ଜଣେ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବାବେଳେ ଜଣଙ୍କୁ ଗିରଫ କରାଯାଇଛି।

ପିଓକୋରେ ସମ୍ପ୍ରତି ୧୫୦ରୁ ଅଧିକ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ବସିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ନିୟନ୍ତ୍ରଣ ରେଖାରେ ଭାରତୀୟ ଯବାନଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଏବଂ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri