ଜୀବନ ଭୟରେ ଶରଣାର୍ଥୀ ହେଲେଣି ୨୫ ଲକ୍ଷରୁ ଅଧିକ ଲୋକ,ଜାତିସଂଘ ରିପୋର୍ଟ…

ଜେନେଭା, ୧୨।୩ : ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ଯୋଗୁ ଇତିମଧ୍ୟରେ ୨୫ ଲକ୍ଷରୁ ଅଧିକ ଲୋକ ଭିଟାମାଟି ଛାଡ଼ିଛନ୍ତି। ଜୀବନ ଭୟରେ ସେମାନେ ଏବେ ପଡୋଶୀ ଦେଶରେ ଶରଣାର୍ଥୀ ପାଲଟିଛନ୍ତି। ଜାତିସଂଘ ଶରଣାର୍ଥୀ ଏଜେନ୍ସି ଅନୁସାରେ ଶରଣ ନେଉଥିବା ଲୋକଙ୍କ ସଂଖ୍ୟା ପୁଣି ବଢ଼ିବାର ଆଶଙ୍କା ରହିଛି।

ଆଗାମୀ ଦିନରେ ଶରଣାର୍ଥୀଙ୍କ ସଂଖ୍ୟା ୪୦ ଲକ୍ଷରୁ ଅଧିକ ହେବ ବୋଲି ଜାତିସଂଘ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁସାରେ ୟୁକ୍ରେନ୍‌ ଭିତରେ ୧୮ଲକ୍ଷ ୫୦ ହଜାରରୁ ଅଧିକ ଲୋକ ସୁରକ୍ଷିତ ଅଞ୍ଚଳକୁ ପଳାୟନ କରିଛନ୍ତି। ଏହି ଧାରା ଜାରି ରହିଛି। ରୁଷିଆ ବୋମାମାଡ଼ରେ ୟୁକ୍ରେନ୍‌ର ୮୧ ହସ୍ପିଟାଲ ଧ୍ୱଂସ ହୋଇଯାଇଛି। ଏହା ସହିତ ବିଦ୍ୟୁତ୍‌ ଏବଂ ଜଳ ଯୋଗାଣ ସମ୍ଭବ ହୋଇ ପାରୁନାହିଁ।

ଲୋକେ ଭୋକଶୋଷରେ ସୀମା ମୁହାଁ ହେବାରେ ଲାଗିଛନ୍ତି। ସର୍ବାଧିକ ୧୫ ଲକ୍ଷରୁ ଅଧିକ ଲୋକ ପୋଲାଣ୍ଡରେ ଶରଣ ନେଇଛନ୍ତି। ସେହିପରି ରୋମାନିଆ, ମୋଲଡୋଭା, ସ୍ଲୋଭାକିଆ, ହଙ୍ଗେରୀ ଏବଂ ବେଲାରୁଷ୍‌ରେ ୟୁକ୍ରେନ୍‌ ଶରଣାର୍ଥୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ବହୁ ଲୋକ ନିଜ ନିଜ ପରିବାରଠାରୁ ଅଲଗା ହୋଇ ଯାଇଛନ୍ତି। ସ୍ଳୋଭାକିଆ ସରକାର କହିଛନ୍ତି ଯେ, ୟୁକ୍ରେନ୍‌ ଛାଡ଼ିଥିବା ଲୋକଙ୍କୁ ରହିବା ତଥା ଖାଦ୍ୟ ପାନୀୟର ବ୍ୟବସ୍ଥା କରାଯାଇଛି।

ଏହା ସହିତ ସେମାନଙ୍କୁ ଆବଶ୍ୟକ ସ୍ବାସ୍ଥ୍ୟ ସୁବିଧା, ଶିକ୍ଷା ଏବଂ ନିଯୁକ୍ତ ସୁଯୋଗ ମଧ୍ୟ ଯୋଗାଇ ଦିଆଯିବ। ଶରଣାର୍ଥୀଙ୍କ ମଧ୍ୟରେ ୮ ଲକ୍ଷରୁ ଅଧିକ ଶିଶୁ ମଧ୍ୟ ରହିଛନ୍ତି ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?