୨ କୋଟିରୁ ଊର୍ଦ୍ଧ୍ୱ ଅଲିଭ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଗଲେ

ରାଜନଗର,୫ା୫(ଡି.ଏନ.ଏ.): ଅଲିଭ ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥା ସମୁଦ୍ର ବେଳାଭୂମି ଦୀର୍ଘ ୬୦ଦିନ ପରେ ଚଳଚଞ୍ଚଳ ହୋଇଉଠିଛି। ଲକ୍ଷ ଲକ୍ଷ ମା’ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ କରିଥିଲେ। ୨୯ରୁ ୪ତାରଖ ୬ଦିନ ଭିତରେ ୨,୨୮,୫୨,୧୫୫ ଅଣ୍ଡାରୁ ଶାବକ ବାହାରି ମା’ଙ୍କ ପଦାଙ୍କ ଅନୁସରଣ କରିଛନ୍ତି। ଏହି ଶାବକମାନେ ଗଭୀର ସମୁଦ୍ର ଭିତରକୁ ଚାଲିଯାଇଛନ୍ତି। ଚଳିତବର୍ଷ ଫେବୃୟାରୀ ୧୦ରୁ ଆରମ୍ଭ ହୋଇଥିବା ସମୂହ ଅଣ୍ଡାଦାନ ପ୍ରକ୍ରିୟାରେ ୫ ଲକ୍ଷ ୩ ହଜାର ୭୧୯ ମା’ କଇଁଛ ଅଣ୍ଡା ଦେଇଥିଲେ, ଯାହା ଗତବର୍ଷ ଅପେକ୍ଷା ୧୧ ହଜାରରୁ ଊର୍ଦ୍ଧ୍ୱ ବୋଲି ଜଣାପଡିଛି। ଗହୀରମଥାର ଅଗରନାସୀ-୨ ସମେତ ସାତଭାୟା, ପେଣ୍ଠ ବେଳାଭୂମିରେ ସମୂହ ଅଣ୍ଡାଦାନ ପର୍ବ ଶେଷ କରିଥିଲେ। ୨ ମାସ ଭିତରେ ପ୍ରକୃତିର ନିୟମ ଅନୁସାରେ, ଅଣ୍ଡାଗୁଡ଼ିକରୁ ଶାବକ ଜନ୍ମ ନେଇ ସମୁଦ୍ରକୁ ଯାଇଛନ୍ତି। ଅଣ୍ଡାଗୁଡ଼ିକର ଛୁଆ ଫୁଟିବା ସମୟରେ କୁଆ, ବିଲୁଆ, ଛଞ୍ଚାଣ ପ୍ରଭୃତିଙ୍କ ଦାଉରୁ ସୁରକ୍ଷା ଦେବାକୁ ଗହୀରମଥା ରେଞ୍ଜ ଅଫିସର ବିଚିତ୍ରାନନ୍ଦ ବେହେରାଙ୍କ ସମେତ ବନ ବିଭାଗର କର୍ମଚାରୀମାନେ ସଜାଗ ରହିଛନ୍ତି। ଏହି ପ୍ରକ୍ରିୟା ଆଉ ୨ରୁ ୪ଦିନ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ପ୍ରକ୍ରିୟା ଆରମ୍ଭ ସମୟରେ ଆର୍‌ସିସିଏଫ୍‌ ସଞ୍ଜତ କୁମାର ଅଗରନାସୀ-୨ରେ ପହଞ୍ଚତ୍ ଶାବକମାନେ ଯେପରି ସୁରକ୍ଷିତ ଭାବେ ସମୁଦ୍ର ଭିତରକୁ ଯାଇପାରିବେ ଏହାର ତଦାରଖ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri